ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

ଭୁବନେଶ୍ବର,(ବ୍ୟୁରୋ)/ ବାରିପଦା ଅଫିସ,୧୨ା୮:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ସରକାରୀ ଯୋଜନାର ଶୁଭାରମ୍ଭ କରିବା ଲାଗି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିବେ। ଏହି ଗସ୍ତ କାଳରେ ସେ ସୁବର୍ଣ୍ଣରେଖା ଅତିରିକ୍ତ ଜଳସେଚନ ପ୍ରକଳ୍ପ ଓ ଦେଓ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିବେ। ଭିଡିଓ କନଫରେନ୍ସ ଜରିଆରେ ବାରିପଦା ପୌର ପରିଷଦର ୬ଟି ଖେଳପଡ଼ିଆର ଉନ୍ନତିକରଣ ଓ ବାରିପଦା ୱାର୍ଡ ନଂ. ୨୨ ରଘୁନାଥପୁରଠାରେ ଏକ ବିଦ୍ୟୁତ୍‌ ଚାଳିତ ଶବଦାହ ଗୃହର ଶିଳାନ୍ୟାସ କରିବେ। ଏହାସହ ଏକ ସାଧାରଣ ସଭାକୁ ମଧ୍ୟ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମର ମିନିଟ୍‌ ଟୁ ମିନିଟ୍‌ ତାଲିକା ଜିଲାପାଳଙ୍କୁ ପଠାଯାଇଛି।
ସୂଚନା ଅନୁୟାୟୀ, ମୁଖ୍ୟମନ୍ତ୍ରୀ ସକାଳ ୯ଟା ୫୦ମିନିଟ୍‌ ସମୟରେ ନବୀନ ନିବାସରୁ ବାହାରିବେ। ଏହାର ୫ମିନିଟ୍‌ ପରେ ବିଜୁ ପଟ୍ଟନାୟକ ବିମାନବନ୍ଦରଠାରେ ପହଞ୍ଚି ୧୦ଟାରେ ହେଲିକପ୍ଟର ଯୋଗେ ମୟୂରଭଞ୍ଜ ଅଭିମୁଖେ ଗସ୍ତ କରିବେ। ୧୧ଟା ୧୦ ମିନିଟ୍‌ରେ ସେ ବାରିପଦା ସବ୍‌ଡିଭିଜନ ଅଧୀନ ରାସଗୋବିନ୍ଦପୁର ବ୍ଲକ ଟିକପଦାସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍‌ଠାରେ ଓହ୍ଲାଇ ସୁବର୍ଣ୍ଣରେଖା ଅତିରିକ୍ତ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହାପରେ ଅନ୍ୟାନ୍ୟ କାର୍ଯ୍ୟକ୍ରମ ସାରି ସେ ୧୨ଟାରେ ହେଲିକପ୍ଟର ଯୋଗେ ଆସି ୧ଟା ୧୦ ମିନିଟ୍‌ ସମୟରେ ନବୀନ ନିବାସରେ ପହଞ୍ଚିବେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଏହି ଗସ୍ତରେ ସାମିଲ ହେବେ। ଏୟାରପୋର୍ଟ ଅଥରିଟିଙ୍କୁ କୋଭିଡ୍‌ ନିୟମ ମାନିବା ସାଙ୍ଗକୁ ମୁଖ୍ୟମନ୍ତ୍ରୀ ଫେରିବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଠିକ୍‌ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ମୟୂରଭଞ୍ଜ ଜିଲାର ସମସ୍ତ ଏମ୍‌ପି, ଏମ୍‌ଏଲ୍‌ଏ, ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିମନ୍ତ୍ରଣ କରିବା ପାଇଁ କୁହାଯାଇଛି। ସେଠାରେ ହେବାକୁ ଥିବା ସାଧାରଣ ସଭାରେ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦା ସ୍ବାଗତ ଭାଷଣ ଦେବେ। ଏହାପରେ ବିଧାୟକ ସୁଦାମ ମରାଣ୍ଡି, ବିଧାୟକ ରାଜକିଶୋର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧିତ କରିବେ। ଶେଷରେ ଜିଲାପାଳ ଧନ୍ୟବାଦ ପ୍ରସ୍ତାବ ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri