ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

ଭୁବନେଶ୍ବର,(ବ୍ୟୁରୋ)/ ବାରିପଦା ଅଫିସ,୧୨ା୮:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ସରକାରୀ ଯୋଜନାର ଶୁଭାରମ୍ଭ କରିବା ଲାଗି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିବେ। ଏହି ଗସ୍ତ କାଳରେ ସେ ସୁବର୍ଣ୍ଣରେଖା ଅତିରିକ୍ତ ଜଳସେଚନ ପ୍ରକଳ୍ପ ଓ ଦେଓ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିବେ। ଭିଡିଓ କନଫରେନ୍ସ ଜରିଆରେ ବାରିପଦା ପୌର ପରିଷଦର ୬ଟି ଖେଳପଡ଼ିଆର ଉନ୍ନତିକରଣ ଓ ବାରିପଦା ୱାର୍ଡ ନଂ. ୨୨ ରଘୁନାଥପୁରଠାରେ ଏକ ବିଦ୍ୟୁତ୍‌ ଚାଳିତ ଶବଦାହ ଗୃହର ଶିଳାନ୍ୟାସ କରିବେ। ଏହାସହ ଏକ ସାଧାରଣ ସଭାକୁ ମଧ୍ୟ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମର ମିନିଟ୍‌ ଟୁ ମିନିଟ୍‌ ତାଲିକା ଜିଲାପାଳଙ୍କୁ ପଠାଯାଇଛି।
ସୂଚନା ଅନୁୟାୟୀ, ମୁଖ୍ୟମନ୍ତ୍ରୀ ସକାଳ ୯ଟା ୫୦ମିନିଟ୍‌ ସମୟରେ ନବୀନ ନିବାସରୁ ବାହାରିବେ। ଏହାର ୫ମିନିଟ୍‌ ପରେ ବିଜୁ ପଟ୍ଟନାୟକ ବିମାନବନ୍ଦରଠାରେ ପହଞ୍ଚି ୧୦ଟାରେ ହେଲିକପ୍ଟର ଯୋଗେ ମୟୂରଭଞ୍ଜ ଅଭିମୁଖେ ଗସ୍ତ କରିବେ। ୧୧ଟା ୧୦ ମିନିଟ୍‌ରେ ସେ ବାରିପଦା ସବ୍‌ଡିଭିଜନ ଅଧୀନ ରାସଗୋବିନ୍ଦପୁର ବ୍ଲକ ଟିକପଦାସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍‌ଠାରେ ଓହ୍ଲାଇ ସୁବର୍ଣ୍ଣରେଖା ଅତିରିକ୍ତ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହାପରେ ଅନ୍ୟାନ୍ୟ କାର୍ଯ୍ୟକ୍ରମ ସାରି ସେ ୧୨ଟାରେ ହେଲିକପ୍ଟର ଯୋଗେ ଆସି ୧ଟା ୧୦ ମିନିଟ୍‌ ସମୟରେ ନବୀନ ନିବାସରେ ପହଞ୍ଚିବେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଏହି ଗସ୍ତରେ ସାମିଲ ହେବେ। ଏୟାରପୋର୍ଟ ଅଥରିଟିଙ୍କୁ କୋଭିଡ୍‌ ନିୟମ ମାନିବା ସାଙ୍ଗକୁ ମୁଖ୍ୟମନ୍ତ୍ରୀ ଫେରିବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଠିକ୍‌ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ମୟୂରଭଞ୍ଜ ଜିଲାର ସମସ୍ତ ଏମ୍‌ପି, ଏମ୍‌ଏଲ୍‌ଏ, ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିମନ୍ତ୍ରଣ କରିବା ପାଇଁ କୁହାଯାଇଛି। ସେଠାରେ ହେବାକୁ ଥିବା ସାଧାରଣ ସଭାରେ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦା ସ୍ବାଗତ ଭାଷଣ ଦେବେ। ଏହାପରେ ବିଧାୟକ ସୁଦାମ ମରାଣ୍ଡି, ବିଧାୟକ ରାଜକିଶୋର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧିତ କରିବେ। ଶେଷରେ ଜିଲାପାଳ ଧନ୍ୟବାଦ ପ୍ରସ୍ତାବ ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri