ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ପଦ୍ମପୁର ଗସ୍ତ: ଉଦ୍‌ଘାଟନ କଲେ ୧୨୭ ପ୍ରକଳ୍ପ

ପଦ୍ମପୁର,୧୯।୨(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନ ସମୟରେ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରାଯିବ। ବର୍ଷକ ଭିତରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀର ୩ଟି ସ୍ଥାନରେ ସଭା କରି ଏଭଳି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟାରେ ସତୀଭଟା ଏୟାରଷ୍ଟ୍ରିପ୍‌ରେ ପହଞ୍ଚି ସେଠାରୁ ହେଲିକପ୍ଟର ଯୋଗେ ଝାରବନ୍ଧ ଯାଇଥିଲେ। ସେଠାରେ ଆୟୋଜିତ ଜନସଭାରେ ମୁଖ୍ୟମନ୍ତ୍ରୀ ବକ୍ତବ୍ୟରେ କହିଥିଲେ, ଗତ ପଦ୍ମପୁର ଉପନିର୍ବାଚନ ସମୟରେ ସେ ଦେଇଥିବା ବିଭିନ୍ନ ପ୍ରତିଶ୍ରୁତି ପାଳନ କରିବା ସହିତ ଏହି ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କୁ ଧନ୍ୟବାଦ ଦେବା ପାଇଁ ଆସିଛନ୍ତି। ଏହି ସଭାରେ ମୁଖ୍ୟମନ୍ତ୍ରୀ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କରି କହିଥିଲେ, ଗତ ଉପନିର୍ବାଚନ ସମୟରେ କେନ୍ଦ୍ରମନ୍ତ୍ରୀ ବରଗଡ଼-ନୂଆପଡା ରେଲଓ୍ବେ ଲାଇନ, କେନ୍ଦୁପତ୍ରରୁ ଜିଏସ୍‌ଟି ଛାଡ ଆଦି ନାନା ପ୍ରତିଶ୍ରୁତି ଦେଇଥିଲେ। ପ୍ରଭୁ ନୃସିଂହନାଥ ସେମାନଙ୍କୁ ଏସବୁ ମନେ ପକାଇ ଦିଅନ୍ତୁ ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଝାରବନ୍ଧ ବ୍ଲକର ମିଶନ ଶକ୍ତି ମହିଳାଙ୍କୁ ଚେକ ପ୍ରଦାନ କରିବା ସହ ୯୦ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ୩୩୦ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ୮ କୋଟି ୮୫ ଲକ୍ଷ ଟଙ୍କା ବ୍ୟୟରେ ୧୧ଟି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ପାଇକମାଲ ଏମ୍‌ଇ ସ୍କୁଲ ପଡିଆ ହେଲିପ୍ୟାଡରେ ମଧ୍ୟାହ୍ନ ୧୨ଟା ୪୫ରେ ପହଞ୍ଚି ଜନସଭାରେ ଯୋଗ ଦେଇଥିଲେ। ସେଠାରେ ମୁଖ୍ୟମନ୍ତ୍ରୀ କହିଥିଲେ, ସେ କଥାରେ ନୁହଁ କାମରେ ବିଶ୍ୱାସ କରନ୍ତି। ପାଇକମାଳ ପିଏଚ୍‌ସିକୁ ସିଏଚ୍‌ସି କରାଯାଇଛି। ସେ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପୂରଣ ପାଇଁ ୨ମାସ ଭିତରେ ପଦ୍ମପୁର ଅଞ୍ଚଳ ଗସ୍ତ କରିଛନ୍ତି ବୋଲି କହିଥିଲେ।

ପାଇକମାଳ ସଭାରେ ମୁଖ୍ୟମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଆପଣମାନେ ଖୁସି ତ, ମୁଁ ବି ବହୁତ ଖୁସି କହିବା ପରେ ସଭାସ୍ଥଳ ତାଳିରେ ପ୍ରକମ୍ପିତ ହୋଇଥିଲା। ପରେ ସେ ମିଶନ ଶକ୍ତି ଗ୍ରୁପ୍‌ଙ୍କୁ ଚେକ୍‌ ପ୍ରଦାନ ସହିତ ୨୯ କୋଟି ୩୩ ଲକ୍ଷ ଟଙ୍କାର ୬୪୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଏବଂ ୭ କୋଟି ୯୪ ଲକ୍ଷ ଟଙ୍କାର ୨୦ଟି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ଏହାପରେ ସେଠାରୁ ମୁଖ୍ୟମନ୍ତ୍ରୀ ସିଧା ପଦ୍ମପୁର ଯାଇ ପୂର୍ତ୍ତ ବଙ୍ଗଳାରେ କିଛି ସମୟ ବିଶ୍ରାମ ନେଇଥିଲେ। ଅପରାହ୍ନ ୩ଟା ୪୫ରେ ପଦ୍ମପୁର ହାଇସ୍କୁଲ ପଡିଆରେ ଆୟୋଜିତ ସଭାରେ ସେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ପଦ୍ମପୁରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦେବା ପାଇଁ ପୁଣି ଘୋଷଣା କରିଥିଲେ। ଜିଲା ପାଇଁ ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ଷକ ଭିତରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ ବୋଲି ସେ କହିଥିଲେ। ଆଗାମୀ ଦିନରେ ପଦ୍ମପୁର ଅଞ୍ଚଳର ବିକାଶ ହେବା ସହିତ ଆହୁରି ଅନେକ ପ୍ରକଳ୍ପ ହେବ ଏବଂ ସବୁ କାମ ସମୟ ଭିତରେ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ଗୋଷ୍ଠୀଙ୍କୁ ଚେକ୍‌ ପ୍ରଦାନ କରିଥିଲେ। ପରେ ସେ ୩୧ କୋଟି ଟଙ୍କା ବ୍ୟୟରେ ୭୨୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଦେବା ସହିତ ୪ କୋଟି ୪୯ ଲକ୍ଷ ଟଙ୍କାର ୯୬ଟି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ସଭା ପରେ ମୁଖ୍ୟମନ୍ତ୍ରୀ ଅପରାହ୍ନ ସାଢେ ୪ରେ ସତୀଭଟା ବିମାନ ଅବତରଣ କେନ୍ଦ୍ରକୁ ଯାଇ ସେଠାରୁ ଭୁବନେଶ୍ୱର ଫେରିଯାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri