ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ପଦ୍ମପୁର ଗସ୍ତ: ଉଦ୍‌ଘାଟନ କଲେ ୧୨୭ ପ୍ରକଳ୍ପ

ପଦ୍ମପୁର,୧୯।୨(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନ ସମୟରେ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରାଯିବ। ବର୍ଷକ ଭିତରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀର ୩ଟି ସ୍ଥାନରେ ସଭା କରି ଏଭଳି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟାରେ ସତୀଭଟା ଏୟାରଷ୍ଟ୍ରିପ୍‌ରେ ପହଞ୍ଚି ସେଠାରୁ ହେଲିକପ୍ଟର ଯୋଗେ ଝାରବନ୍ଧ ଯାଇଥିଲେ। ସେଠାରେ ଆୟୋଜିତ ଜନସଭାରେ ମୁଖ୍ୟମନ୍ତ୍ରୀ ବକ୍ତବ୍ୟରେ କହିଥିଲେ, ଗତ ପଦ୍ମପୁର ଉପନିର୍ବାଚନ ସମୟରେ ସେ ଦେଇଥିବା ବିଭିନ୍ନ ପ୍ରତିଶ୍ରୁତି ପାଳନ କରିବା ସହିତ ଏହି ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କୁ ଧନ୍ୟବାଦ ଦେବା ପାଇଁ ଆସିଛନ୍ତି। ଏହି ସଭାରେ ମୁଖ୍ୟମନ୍ତ୍ରୀ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କରି କହିଥିଲେ, ଗତ ଉପନିର୍ବାଚନ ସମୟରେ କେନ୍ଦ୍ରମନ୍ତ୍ରୀ ବରଗଡ଼-ନୂଆପଡା ରେଲଓ୍ବେ ଲାଇନ, କେନ୍ଦୁପତ୍ରରୁ ଜିଏସ୍‌ଟି ଛାଡ ଆଦି ନାନା ପ୍ରତିଶ୍ରୁତି ଦେଇଥିଲେ। ପ୍ରଭୁ ନୃସିଂହନାଥ ସେମାନଙ୍କୁ ଏସବୁ ମନେ ପକାଇ ଦିଅନ୍ତୁ ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଝାରବନ୍ଧ ବ୍ଲକର ମିଶନ ଶକ୍ତି ମହିଳାଙ୍କୁ ଚେକ ପ୍ରଦାନ କରିବା ସହ ୯୦ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ୩୩୦ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ୮ କୋଟି ୮୫ ଲକ୍ଷ ଟଙ୍କା ବ୍ୟୟରେ ୧୧ଟି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ପାଇକମାଲ ଏମ୍‌ଇ ସ୍କୁଲ ପଡିଆ ହେଲିପ୍ୟାଡରେ ମଧ୍ୟାହ୍ନ ୧୨ଟା ୪୫ରେ ପହଞ୍ଚି ଜନସଭାରେ ଯୋଗ ଦେଇଥିଲେ। ସେଠାରେ ମୁଖ୍ୟମନ୍ତ୍ରୀ କହିଥିଲେ, ସେ କଥାରେ ନୁହଁ କାମରେ ବିଶ୍ୱାସ କରନ୍ତି। ପାଇକମାଳ ପିଏଚ୍‌ସିକୁ ସିଏଚ୍‌ସି କରାଯାଇଛି। ସେ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପୂରଣ ପାଇଁ ୨ମାସ ଭିତରେ ପଦ୍ମପୁର ଅଞ୍ଚଳ ଗସ୍ତ କରିଛନ୍ତି ବୋଲି କହିଥିଲେ।

ପାଇକମାଳ ସଭାରେ ମୁଖ୍ୟମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଆପଣମାନେ ଖୁସି ତ, ମୁଁ ବି ବହୁତ ଖୁସି କହିବା ପରେ ସଭାସ୍ଥଳ ତାଳିରେ ପ୍ରକମ୍ପିତ ହୋଇଥିଲା। ପରେ ସେ ମିଶନ ଶକ୍ତି ଗ୍ରୁପ୍‌ଙ୍କୁ ଚେକ୍‌ ପ୍ରଦାନ ସହିତ ୨୯ କୋଟି ୩୩ ଲକ୍ଷ ଟଙ୍କାର ୬୪୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଏବଂ ୭ କୋଟି ୯୪ ଲକ୍ଷ ଟଙ୍କାର ୨୦ଟି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ଏହାପରେ ସେଠାରୁ ମୁଖ୍ୟମନ୍ତ୍ରୀ ସିଧା ପଦ୍ମପୁର ଯାଇ ପୂର୍ତ୍ତ ବଙ୍ଗଳାରେ କିଛି ସମୟ ବିଶ୍ରାମ ନେଇଥିଲେ। ଅପରାହ୍ନ ୩ଟା ୪୫ରେ ପଦ୍ମପୁର ହାଇସ୍କୁଲ ପଡିଆରେ ଆୟୋଜିତ ସଭାରେ ସେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ପଦ୍ମପୁରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦେବା ପାଇଁ ପୁଣି ଘୋଷଣା କରିଥିଲେ। ଜିଲା ପାଇଁ ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ଷକ ଭିତରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ ବୋଲି ସେ କହିଥିଲେ। ଆଗାମୀ ଦିନରେ ପଦ୍ମପୁର ଅଞ୍ଚଳର ବିକାଶ ହେବା ସହିତ ଆହୁରି ଅନେକ ପ୍ରକଳ୍ପ ହେବ ଏବଂ ସବୁ କାମ ସମୟ ଭିତରେ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ଗୋଷ୍ଠୀଙ୍କୁ ଚେକ୍‌ ପ୍ରଦାନ କରିଥିଲେ। ପରେ ସେ ୩୧ କୋଟି ଟଙ୍କା ବ୍ୟୟରେ ୭୨୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଦେବା ସହିତ ୪ କୋଟି ୪୯ ଲକ୍ଷ ଟଙ୍କାର ୯୬ଟି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ସଭା ପରେ ମୁଖ୍ୟମନ୍ତ୍ରୀ ଅପରାହ୍ନ ସାଢେ ୪ରେ ସତୀଭଟା ବିମାନ ଅବତରଣ କେନ୍ଦ୍ରକୁ ଯାଇ ସେଠାରୁ ଭୁବନେଶ୍ୱର ଫେରିଯାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?