ଆଜି ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ

ପଦ୍ମପୁର,୧୯।୨(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନମଣ୍ଡଳୀ ଗସ୍ତ କରିବେ। ଏହି ଗସ୍ତ ସମୟରେ ସେ ଉକ୍ତ ନିର୍ବାଚନମଣ୍ଡଳୀ ଅଧୀନ ଝାରବନ୍ଧ, ପାଇକମାଳ ଏବଂ ପଦ୍ମପୁର ବ୍ଲକରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି।
ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ ପଦ୍ମପୁର ସତୀଭଟା ଏୟାରଷ୍ଟ୍ରିପ୍‌ରେ ପହଞ୍ଚତ୍ବେ। ସେଠାରୁ ସେ ହେଲିକ୍ୟାପ୍ଟର ଯୋଗେ ଯାଇ ୧୧ଟା ୨୫ରେ ଝାରବନ୍ଧ ବ୍ଲକ ଶକ୍ତି ଛକ ହେଲିପ୍ୟାଡ୍‌ରେ ପହଞ୍ଚତ୍ବେ। ସେଠାରୁ ସେ ସଭାସ୍ଥଳକୁ ଯିବେ ଏବଂ ସେଠାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ଝାରବନ୍ଧରେ କାର୍ଯ୍ୟକ୍ରମ ଶେଷ ହେବା ପରେ ମଧ୍ୟାହ୍ନ ୧୨ଟା ୧୫ରେ ମୁଖ୍ୟମନ୍ତ୍ରୀ ହେଲିକ୍ୟାପ୍ଟର ଯୋଗେ ପାଇକମାଳ ବ୍ଲକ ଗସ୍ତ କରିବେ। ୧୨ଟା ୩୦ ମିନିଟ୍‌ରେ ପାଇକମାଳ ଏମ୍‌ଇ ସ୍କୁଲ ପଡିଆରେ ନିର୍ମିତ ହେଲିପ୍ୟାଡରେ ପହଞ୍ଚତ୍ ସେ କାର୍ଯ୍ୟକ୍ରମରେ ଯୋଗଦେବେ। ପାଇକମାଳରେ ମିଶନ ଶକ୍ତି ମହିଳାମାନଙ୍କୁ ଚେକ୍‌ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି। ପାଇକମାଳରେ ୧ଟା ୧୦ମିନିଟ୍‌ରେ କାର୍ଯ୍ୟକ୍ରମ ଶେଷ ହେବ। ୧ଟା ୪୦ରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ଆର. ଏଲ. କଲ୍ୟାଣ ମଣ୍ଡପ କ୍ୟାମ୍ପସ ହେଲିପ୍ୟାଡରେ ପହଞ୍ଚତ୍ ସେଠାରୁ ପଦ୍ମପୁର ପିଡବ୍ଲ୍ୟୁଡି ଆଇବିକୁ ଯିବେ। ଅପରାହ୍ନ ୩ଟା ୪୫ ମିନିଟ୍‌ରେ ସେ ପଦ୍ମପୁର ହାଇସ୍କୁଲ ପଡିଆରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ। ପଦ୍ମପୁରରେ ମଧ୍ୟ ସେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଅପରାହ୍ନ ୪ଟା ୩୦ରେ କାର୍ଯ୍ୟକ୍ରମ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ସତୀଭଟା ଏୟାରଷ୍ଟ୍ରିପ୍‌ରୁ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି।
ଉଲ୍ଲେଖନୀୟ, ଗତ ପଦ୍ମପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାରରେ ପଦ୍ମପୁର ଯାଇଥିଲେ ଏବଂ ସେଠାରେ ନିର୍ବାଚନମଣ୍ଡଳୀବାସୀଙ୍କୁ ପଦ୍ମପୁରକୁ ଜିଲା ଘୋଷଣା ସମେତ ଅନ୍ୟାନ୍ୟ ପ୍ରତିଶ୍ରୁତି ଦେଇଥିଲେ। ତେବେ ରବିବାର ତାଙ୍କର ଏହି ଗସ୍ତ ବେଳେ ସେ ଏ ନେଇ କିଛି ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?