ଆଜି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଉରକେଲା ଗସ୍ତରେ ଯିବେ। ଅପରାହ୍ନ ୫ଟା ୨୦ମିନିଟରେ ସେ ରାଉରକେଲା ବିମାନବନ୍ଦରରେ ପହଞ୍ଚତ୍ବେ। ଏହାପରେ ୫ଟା ୩୦ରେ ସେ ବିଶ୍ରା ଛକ ନିକଟରେ ନିର୍ମିତ ବିର୍ସା ମୁଣ୍ଡା ଆଥ୍‌ଲେଟିକ ଷ୍ଟାଡିୟମକୁ ଉଦ୍‌ଘାଟନ କରିବେ। ଏଥିସହ ଷ୍ଟାଡିୟମ ପରିସରରେ ନିର୍ମାଣ କରାଯାଇଥିବା ବହୁମୁଖୀ କାର୍‌ ପାର୍କିଂ ଓ ସୁଇମିଂ ପୁଲ୍‌ କମ୍ପ୍ଲେକ୍ସ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଏହାଛଡା ସେ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲାରେ ୯୦୦ କୋଟି ଟଙ୍କାର ୬୦୦ରୁ ଅଧିକ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସେହିପରି ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ନିର୍ମିତ ହକି ତାଲିମ କେନ୍ଦ୍ର ଉଦ୍‌ଘାଟନ କରାଯିବାର କାର୍ଯ୍ୟକ୍ରମ ରହିଛି। ୫ଟା ୫୦ ମିନିଟରେ ମୁଖ୍ୟମନ୍ତ୍ରୀ ଛେଣ୍ଡ ସ୍ଥିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଥିବା ହକି ଭିଲେଜକୁ ଯିବେ। ସନ୍ଧ୍ୟା ୬ଟା ୫୫ ମିନିଟରେ ସେଠାରେ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବେ। ପରେ ଏଫ୍‌ଆଇଏଚ୍‌ କର୍ମକର୍ତ୍ତାଙ୍କୁ ସମ୍ମାନିତ କରିବା କାର୍ଯ୍ୟକ୍ରମ ରହିଛି। ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ବିଶ୍ୱର ସର୍ବବୃହତ୍‌ ହକି ଷ୍ଟାଡିୟମ୍‌ ଭାବେ ଗିନିଜ୍‌ ବୁକ୍‌ ଅଫ୍‌ ୱାର୍ଲଡ ରେକଡର୍‌ସରେ ସ୍ଥାନ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଏହି ରେକର୍ଡ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ୧୪ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri