ମୁଖ୍ୟମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନା ଓଡିଶାକୁ ଏକ ନମ୍ବର କରିଛି: ସୁଶାନ୍ତ

ଭୁବନେଶ୍ୱର, ୧୦।୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଉତ୍ତର ଭୁବନେଶ୍ୱର ନିର୍ବାଚନମଣ୍ଡଳୀରେ ବିଧାୟକ ସୁଶାନ୍ତ ରାଉତଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ଜନସମ୍ପର୍କ ପଦଯାତ୍ରା ୧୭ଟି ୱାର୍ଡରେ ଶେଷ ହୋଇଛି। ଷଷ୍ଠ ଦିନର ପଦଯାତ୍ରା ସମୟରେ ବିଧାୟକ ମୁଖ୍ୟମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନାକୁ ଘରେ ଘରେ ପହଞ୍ଚାଇବାକୁ ଆହ୍ବାନ ଦେବା ସହ ଶିଳ୍ପ, ଶିକ୍ଷା, କୃଷି, ସ୍ବାସ୍ଥ୍ୟ ଓ ଗମନାଗମନ କ୍ଷେତ୍ରରେ ଯେଉଁ ବୈପ୍ଳବିକ ପରିବର୍ତ୍ତନ ଆସିଛି ତାହା ବର୍ତ୍ତମାନ ଓଡିଶାକୁ ଭାରତରେ ଏକ ନମ୍ବର ରାଜ୍ୟ ଭାବେ ପ୍ରତିପାଦିତ କରିପାରିଛି। ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ କହିଲେ, ବର୍ତ୍ତମାନ ହଜାର ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରାଯାଇ ଓଡ଼ିଶାରେ ଶିଳ୍ପର ବିକାଶ କରାଯିବା ସହିତ ବେକାରୀ ସମସ୍ୟା ଦୂର କରିବା ଲାଗି ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ପ୍ରଶଂସନୀୟ। ଆଗାମୀ ଦିନରେ ଓଡିଶା ସାରା ବିଶ୍ବରେ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବ ବୋଲି ସେ କହିଛନ୍ତି। ବିଏମସି ୱାର୍ଡ ନମ୍ବର ୯ ଅନ୍ତର୍ଗତ ଗାଡ଼କଣ ଗାଁ ଓ ୱାର୍ଡ ନଂ.୧୦ ଅନ୍ତର୍ଗତ ମଞ୍ଚେଶ୍ୱର ଇଣ୍ଡଷ୍ଟ୍ରିଆଲ ଅଞ୍ଚଳ ଏବଂ ୱାର୍ଡ ନମ୍ବର ୧୧ ଭିଏସଏସ ନଗର ଅଞ୍ଚଳରେ ସୋମବାର ହୋଇଥିବା ପଦଯାତ୍ରାରେ ବହୁ ସଂଖ୍ୟାରେ ମହିଳା, ଯୁବ, ଛାତ୍ର ଓ ବରିଷ୍ଠ ନାଗରିକମାନେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ଏହି ଜନସମ୍ପର୍କ ପଦଯାତ୍ରାରେ ଅନ୍ୟତମ ଅତିଥି ଭାବେ ଓଡିଶା ମୋ ପରିବାର ଅଧ୍ୟକ୍ଷ ଅରୂପ ପଟ୍ଟନାୟକ, ଶ୍ରୀମୟୀ ମିଶ୍ର, ସୁବାସ ଚନ୍ଦ୍ର ପାତ୍ର, କର୍ପୋରେଟର ସୁଷମା ସାହୁ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri