ସ୍ବାଧୀନଙ୍କୁ ମୁଖ୍ୟମନ୍ତ୍ରୀ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନ

ଗଞ୍ଜାମ,୯ା୧୦(ଅଖିଳ ତରାଇ): ସାପ ଓ ସରୀସୃପଙ୍କ ସୁରକ୍ଷା ତଥା ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଅନନ୍ୟ ଅବଦାନ ପାଇଁ ସ୍ନେକ ହେଲ୍ପ ଲାଇନ ସଂଯୋଜକ ସ୍ବାଧୀନ କୁମାର ସାହୁଙ୍କୁ ‘ମୁଖ୍ୟମନ୍ତ୍ରୀ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନ’ରେ ଉପଖଣ୍ଡ ସ୍ତରରେ ସମ୍ମାନିତ କରାଯାଇଛି। ଗୁରୁବାର ବ୍ରହ୍ମପୁରସ୍ଥିତ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକଙ୍କ କାର୍ଯ୍ୟାଳୟରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥିମାନେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି।
ସୱାଧୀନ ଗତ ଦଶ ବର୍ଷରୁ ଅଧିକ ସମୟ ଧରି ସାପ ଉଦ୍ଧାର, ସାପ କାମୁଡ଼ା ରୋଗୀଙ୍କୁ ଚିକିତ୍ସାରେ ସହାୟତା ଏବଂ ଲୋକଙ୍କ ମଧ୍ୟରେ ସାପ ସଂରକ୍ଷଣ ସଚେତନତା ସୃଷ୍ଟି କରିବା ଦିଗରେ ଅକ୍ଲାନ୍ତ ପରିଶ୍ରମ କରୁଛନ୍ତି। ବନ ବିଭାଗର ସହଯୋଗରେ ସେ ସାପର ଅଣ୍ଡାରୁ ଛୁଆ ଫୁଟାଇ ସେଗୁଡ଼ିକୁ ପ୍ରାକୃତିକ ଆବାସସ୍ଥଳୀରେ ଛାଡ଼ିବା ଭଳି ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ଏହାଛଡ଼ା ଅଲିଭ ରିଡ୍‌ଲେ କଇଁଛ ସୁରକ୍ଷା, ଆହତ ପକ୍ଷୀ ଏବଂ ଅନ୍ୟ ବନ୍ୟଜୀବଙ୍କ ଉଦ୍ଧାର ଓ ଚିକିତ୍ସା କ୍ଷେତ୍ରରେ ମଧ୍ୟ ସେ ନିରନ୍ତର କାର୍ଯ୍ୟ କରୁଛନ୍ତି। ସଚେତନତା କର୍ମଶାଳା ମାଧ୍ୟମରେ ସେ ସାପ ସମ୍ପର୍କିତ ଭୟ ଓ ଭ୍ରାନ୍ତ ଧାରଣା ଦୂର କରି ଲୋକଙ୍କୁ ଶିକ୍ଷିତ କରୁଛନ୍ତି।
ରାଜ୍ୟ ଜଙ୍ଗଲ ବିଭାଗ ପ୍ରତିବର୍ଷ ଅକ୍ଟୋବର ମାସରେ ବନ୍ୟପ୍ରାଣୀ ସପ୍ତାହ ପାଳନ ସମୟରେ ଉପଖଣ୍ଡ ସ୍ତରରେ ଏହି ସମ୍ମାନ ପ୍ରଦାନ କରିଥାଏ। ସ୍ବାଧୀନଙ୍କର ଏହି କାର୍ଯ୍ୟ ବନ୍ୟପ୍ରାଣୀ ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଏକ ଉଜ୍ଜ୍ୱଳ ଉଦାହରଣ ସୃଷ୍ଟି କରିଛି। ତାଙ୍କୁ ଏହି ସମ୍ମାନ ପାଇଁ ସମଗ୍ର ଜିଲାରୁ ଶୁଭେଚ୍ଛାର ସୁଅ ଛୁଟୁଛି। ତାଙ୍କର ଏହି ଉଦ୍ୟମ ଅନ୍ୟମାନଙ୍କୁ ମଧ୍ୟ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ ପ୍ରେରଣା ଯୋଗାଇବ ବୋଲି ଆଶା କରାଯାଉଛି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri