ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ ଥିବା ଚର୍ଚ୍ଚା ହେଉଛି। ଏହାକୁ ନେଇ ମତ ରଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ସେ କହିଛନ୍ତି, ବଙ୍ଗୋପସାଗର ସୃଷ୍ଟି ଲଘୁଚାପ ବାତ୍ୟା ନୁହେଁ ଗଭୀର ଅବପାତ ରୂପ ନେବ। ୧୧ଟି ଜିଲା ଉପରେ ଏହାର ପ୍ରଭାବ ପଡ଼ିବ। କାଲିଠୁ ବର୍ଷା ଆରମ୍ଭ ୨୩ ଓ ୨୪ରେ ପ୍ରବଳ ବର୍ଷିବ। ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲାର ଜିଲାପାଳମାନଙ୍କୁ ଆଲର୍ଟ ରହିବାକୁ କୁହାଯାଇଛି। ଇନ୍ଦ୍ରାବତୀରେ ଏବଂ ତେଲିଙ୍ଗିରି ଡ୍ୟାମରେ ପାଣି କମାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ସେହିପରି ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ପୁରୀରୁ ଦକ୍ଷିଣକୁ ଥିବା ଜିଲାଗୁଡ଼ିକ ସବୁଠାରୁ ବେଶୀ ପ୍ରଭାବିତ ହେବ। ୨୨ ତାରିଖ ସନ୍ଧ୍ୟାରୁ ୫୫ରୁ ୬୫ କିମି ବେଗରେ ପବନ ବହିବ। ତେଣୁ ୨୩ ଓ ୨୪ ତାରିଖରେ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ। ୨୫ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ଅଧିକ ବର୍ଷା ହେବ। ପ୍ରବଳ ବର୍ଷା ହେବାକୁ ଥିବାରୁ ନଦୀର ଜଳସ୍ତର ବଢ଼ିବା ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ଅବପାତ ଅଧିକ ଘନୀଭୂତ ହୋଇ ମଙ୍ଗଳବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଗଭୀର ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା ରହିଛି। ସେହିପରି ଗଭୀର ଅବପାତଟି ୨୩ ତାରିଖ ବୁଧବାର ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚତ୍ବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗଭୀର ଅବପାତ ବାତ୍ୟାରେ ପରିଣତ ହେବ କି ନାହିଁ, ସେ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) କୌଣସି ପୂର୍ବାନୁମାନ ଜାରି କରିନାହିଁ। ଲଘୁଚାପ ପ୍ରଭାବରେ ରାଜ୍ୟରେ
ବର୍ଷା ଲାଗି ରହିଥିବାବେଳେ ସୋମବାରଠାରୁ ବିଭିନ୍ନ ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଗଭୀର ଅବପାତ ସୃଷ୍ଟି ହେବା ପରେ ବୁଧବାରଠାରୁ ୨ଦିନ ପାଇଁ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ତଥ୍ୟ ଅନୁଯାୟୀ, ସୋମବାର ୧୮ ଜିଲାରେ ଝଡ଼ବର୍ଷା ହେବା ନେଇ ଆକଳନ କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡଘଡି ସହ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?