ମୁଖ୍ୟ ଶାସନ ସଚିବଙ୍କୁ ପକ୍ଷଭୁକ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୫।୧୧(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲା ଲାଗି ମାସ୍କ ଓ ପିପିଇ କିଟ୍‌ କିଣା ଦୁର୍ନୀତି ମାମଲାରେ ଦୁଇ ବରିଷ୍ଠ ଆଇଏଏସ୍‌ ଅଧିକାରୀ ହେମନ୍ତ ଶର୍ମା ଓ ଯାମିନୀ କାନ୍ତ ଷଡ଼ଙ୍ଗୀ ବୁଧବାର ଲୋକାୟୁକ୍ତଙ୍କ ନିକଟରେ ଦ୍ୱିତୀୟଥର ପାଇଁ ହାଜର ହୋଇଛନ୍ତି। ଶୁଣାଣିବେଳେ ସେମାନେ ଉପସ୍ଥିତ ରହି ଲୋକାୟୁକ୍ତଙ୍କ କେତେକ ପ୍ରଶ୍ନର ଉତ୍ତର ରଖିଛନ୍ତି। ଏହାପରେ ଲୋକାୟୁକ୍ତ ଏହି ମାମଲାରେ ମୁଖ୍ୟ ଶାସନ ସଚିବଙ୍କୁ ପକ୍ଷଭୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଲୋକାୟୁକ୍ତଙ୍କ ଅଦାଲତରେ ସୁଦର୍ଶନ ଦାସ ଦାଖଲ କରିଥିବା ପିଟିଶନର ବୁଧବାର ଶୁଣାଣି ହୋଇଥିଲା। ଏହି ସମୟରେ ସରକାରଙ୍କ ପକ୍ଷରୁ ଶିଳ୍ପ ସଚିବ ହେମନ୍ତ ଶର୍ମା ଓ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶିକା ଯାମିନୀ କାନ୍ତ ଷଡଙ୍ଗୀ ଉପସ୍ଥିତ ଥିବାବେଳେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଲୋକାୟୁକ୍ତଙ୍କ ନିକଟରେ ଏକ ଉତ୍ତର ଫର୍ଦ୍ଦ ଦାଖଲ କରିଥିଲେ। କୋଭିଡ୍‌ ମୁକାବିଲା ପାଇଁ ଗଠିତ କ୍ରୟ କମିଟିକୁ କାହିଁକି ବାରମ୍ବାର ପରିବର୍ତ୍ତନ କରାଗଲା, ସ୍ବାସ୍ଥ୍ୟ ସଚିବଙ୍କ ପରିବର୍ତ୍ତେ ଶିଳ୍ପ ସଚିବ କାହିଁକି କମିଟି ଅଧ୍ୟକ୍ଷ ହେଲେ ଓ ପରେ କମିଟିରୁ ବିଦା ହେବା ପ୍ରସଙ୍ଗକୁ ନେଇ ଲୋକାୟୁକ୍ତ ଦୁଇ ଅଧିକାରୀଙ୍କୁ ପ୍ରଶ୍ନ କରିଥିଲେ। ତେବେ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ଅନୁଯାୟୀ କମିଟିରେ ପରିବର୍ତ୍ତନ ହୋଇଥିବା ଉଭୟ ଅଧିକାରୀ କହିବାପରେ ଲୋକାୟୁକ୍ତ ମୁଖ୍ୟ ଶାସନ ସଚିବଙ୍କୁ ତଦନ୍ତ ପରିସରଭୁକ୍ତ କରିଥିଲେ। ନଭେମ୍ବର ୨୩ ସୁଦ୍ଧା କୋଭିଡ୍‌ କିଟ୍‌ କ୍ରୟ କମିଟି ସମ୍ପର୍କିତ ସମସ୍ତ ପ୍ରଶ୍ନର ଉତ୍ତର ମୁଖ୍ୟ ଶାସନ ସଚିବଙ୍କୁ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଯେଉଁ ସମୟରେ ୨ରୁ ୮ ଟଙ୍କା ମଧ୍ୟରେ ମାସ୍କ କିଣାଯାଉଥିଲା ସେତେବେଳେ ଓଡିଶା ମେଡିକାଲ କର୍ପୋରେଶନ ୧୬ ଟଙ୍କାରେ କାହିଁକି ମାସ୍କ କିଣିଲେ ବୋଲି ଆବେଦନକାରୀ ସୁଦର୍ଶନ ଦାସ ପ୍ରଶ୍ନ କରିଥିଲେ। ପ୍ରତିପକ୍ଷର ସମସ୍ତ ଉତ୍ତର ପାଇସାରିବା ପରେ ସେସବୁକୁ ଅନୁଧ୍ୟାନ କରି ଆବେଦନକାରୀଙ୍କୁ ପ୍ରତ୍ୟୁତ୍ତର ରଖିବା ପାଇଁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୩ ତାରିଖକୁ ଧାର୍ଯ୍ୟ କରାଯାଇଛି। ଲୋକାୟୁକ୍ତ ଅଧ୍ୟକ୍ଷ ଜଷ୍ଟିସ୍‌ ଅଜିତ ସିଂ ଏବଂ ସଦସ୍ୟ ଜଷ୍ଟିସ୍‌ ବିଜୟ କୁମାର ନାୟକଙ୍କ ଖଣ୍ଡପୀଠରେ ଏହି ଶୁଣାଣି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri