ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ନିକୁଞ୍ଜ ଧଳ

ଭୁବନେଶ୍ୱର,୧।୭: ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଲେ ନବ ନୁଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ସେହିପରି ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ନିକୁଞ୍ଜ ଧଳଙ୍କୁ ରବିବାର ମୁଖ୍ୟମନ୍ତ୍ରୀନଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି କରାଯାଇଛି।

ତେବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ରବିବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ସରକାରୀ କାର୍ଯ୍ୟରୁ ଅବସର ନେଇଛନ୍ତି। ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ବିଦାୟୀ ମୁଖ୍ୟ ଶାସନ ସଚିବ ଜେନାଙ୍କଠାରୁ ନୂତନ ମୁଖ୍ୟ ଶାସନ ସଚିବ ଆହୁଜା ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ। ଏହି ଅବସରରେ ନୂତନ ମୁଖ୍ୟ ଶାସନ ସଚିବ ଆହୁଜାଙ୍କୁ ଲୋକସେବା ଭବନର ଅଧିକାରୀ ଓ କର୍ମଚାରୀ ସ୍ବାଗତ କରିଥିବାବେଳେ ପୂର୍ବତନ ମୁଖ୍ୟ ଶାସନ ସଚିବ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।

୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଏଠାରେ ପ୍ରଥମେ ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ସେ ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଆଦି ବିଭିନ୍ନ ବିଭାଗରେ କାର୍ଯ୍ୟ କରିଛନ୍ତି। ୨୦୧୭ରେ ଡେପୁଟେଶନରେ କେନ୍ଦ୍ରକୁ ଯାଇଥିଲେ। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ତେବେ ଓଡ଼ିଶା ଫେରିବା ପୂର୍ବରୁ ଆହୁଜା କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri