ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି ଆସିଛନ୍ତି।

ତାଙ୍କ ସ୍ଥାନରେ ଆଜି ଅପରାହ୍ନରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ ଅନୁ ଗର୍ଗ। ଲୋକ ସେବା ଭବନରେ ମନୋଜ ଆହୁଜାଙ୍କଠାରୁ ସେ ଆଜି ଦାୟିତ୍ୱ ନେବେ। ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେବ ଅନୁ ଗର୍ଗ। ୧୯୯୧ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ଅନୁ ଗର୍ଗଙ୍କ କାର୍ଯ୍ୟକାଳ ୨୦୨୯ ମାର୍ଚ୍ଚ ପର୍ଯ୍ୟନ୍ତ ରହିବ।

Dharitri – Odisha’s No.1 Odia Daily

 

 

Share