ରାଉରକେଲା କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ୮।୯(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ମଙ୍ଗଳବାର ରାଉରକେଲା ଗସ୍ତ କରି କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ହାଇଟେକ ହସ୍ପିଟାଲ, ଜୟ ପ୍ରକାଶ ହସ୍ପିଟାଲ, ଶାନ୍ତି ସ୍ମାରକୀ ହସ୍ପିଟାଲ ପରିଦର୍ଶ କରି ଚିକିତ୍ସା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ କହିଛନ୍ତି, ସୁନ୍ଦରଗଡ ଜିଲା ପ୍ରଶାସନ ସନ୍ତୋଷଜନକ କୋଭିଡ ପରିଚାଳନା କରିଛନ୍ତି। ଜିଲାରେ କୋଭିଡ ପଜିଟିଭ ହାର ୧ ପ୍ରତିଶତ ରହିଛି। ଜିଲାରେ ୨ଟି ଆଇସିୟୁ କାର୍ଯ୍ୟ କରୁଥିବା ବେଳେ ଖୁବଶୀଘ୍ର ଆଉ ଏକ ପ୍ରତିଷ୍ଠା କରାଯିବ। ଏଥିସହ ରାଉରକେଲାକୁ ଅଧିକ ୨୦ଜଣ ଡାକ୍ତର ପଠାଯିବ। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ସେମାନେ କାର୍ଯ୍ୟରେ ଯୋଗଦେବେ। ଘରକୁ ଘର ସର୍ଭେ ଏବଂ ବ୍ୟାପକ ସଚେତନତା ସୃଷ୍ଟି କରିବା ଲାଗି ଜନ ପ୍ରତିନିଧି,ବିଭିନ୍ନ ଅନୁଷ୍ଠାନ ଓ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ସାମିଲ କରି ଜନସମ୍ପର୍କ ଅଭିଯାନ ଆରମ୍ଭ ଲାଗି ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri