ରାଉରକେଲା କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ୮।୯(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ମଙ୍ଗଳବାର ରାଉରକେଲା ଗସ୍ତ କରି କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ହାଇଟେକ ହସ୍ପିଟାଲ, ଜୟ ପ୍ରକାଶ ହସ୍ପିଟାଲ, ଶାନ୍ତି ସ୍ମାରକୀ ହସ୍ପିଟାଲ ପରିଦର୍ଶ କରି ଚିକିତ୍ସା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ କହିଛନ୍ତି, ସୁନ୍ଦରଗଡ ଜିଲା ପ୍ରଶାସନ ସନ୍ତୋଷଜନକ କୋଭିଡ ପରିଚାଳନା କରିଛନ୍ତି। ଜିଲାରେ କୋଭିଡ ପଜିଟିଭ ହାର ୧ ପ୍ରତିଶତ ରହିଛି। ଜିଲାରେ ୨ଟି ଆଇସିୟୁ କାର୍ଯ୍ୟ କରୁଥିବା ବେଳେ ଖୁବଶୀଘ୍ର ଆଉ ଏକ ପ୍ରତିଷ୍ଠା କରାଯିବ। ଏଥିସହ ରାଉରକେଲାକୁ ଅଧିକ ୨୦ଜଣ ଡାକ୍ତର ପଠାଯିବ। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ସେମାନେ କାର୍ଯ୍ୟରେ ଯୋଗଦେବେ। ଘରକୁ ଘର ସର୍ଭେ ଏବଂ ବ୍ୟାପକ ସଚେତନତା ସୃଷ୍ଟି କରିବା ଲାଗି ଜନ ପ୍ରତିନିଧି,ବିଭିନ୍ନ ଅନୁଷ୍ଠାନ ଓ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ସାମିଲ କରି ଜନସମ୍ପର୍କ ଅଭିଯାନ ଆରମ୍ଭ ଲାଗି ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri