ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୭ା୨(ବ୍ୟୁରୋ):ଫେବୃୟାରୀ ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଦାୟିତ୍ୱରେ ନିୟୋଜିତ ଅଧିକାରୀ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଉଥିବା ଅତିଥି ଏବଂ ସାକ୍ଷାତ୍‌ କରିବାକୁ ଥିବା ବ୍ୟକ୍ତିବିଶେଷଙ୍କ ୭୨ ଘଣ୍ଟା ପୂର୍ବରୁ ଆରଟିପିସିଆର ଟେଷ୍ଟ ସହ ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି। ସୋମବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତକାଳରେ ଏ ନେଇ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସମସ୍ତ ଆନୁଷଙ୍ଗିକ ପ୍ରସ୍ତୁତି ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହ ପ୍ରସ୍ତୁତି ତଦାରଖ ନିମନ୍ତେ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ୱ ଦେଇଛନ୍ତି। ବୈଠକରେ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ଗୃହ ବିଭାଗ ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଆସନ୍ତା ୧୦ ତାରିଖରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବା ପରେ ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନ ପକ୍ଷରୁ ଆୟୋଜିତ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମଧ୍ୟାହ୍ନ ବିରତି ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହାପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରିଯାପନ କରିବେ। ୧୧ ତାରିଖ ସକାଳେ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ କଟକ ଗସ୍ତ କରି ଜାତୀୟ ଧାନ ଗବେଷଣା କେନ୍ଦ୍ରଠାରେ ଦ୍ୱିତୀୟ ଭାରତୀୟ ଧାନ କଂଗ୍ରେସକୁ ଉଦ୍‌ଘାଟନ କରିବେ। ଏହାପରେ ଉକ୍ତ ଦିନ ଭୁବନେଶ୍ୱର ବିମାନବନ୍ଦରରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସୁରକ୍ଷା, ଆତିଥେୟତା, ଯାନବାହନ ଓ ବାରିକେଡ୍‌ ବ୍ୟବସ୍ଥା, ଅଗ୍ନିଶମ, ସ୍ବାସ୍ଥ୍ୟ, ନୀରବଚ୍ଛିନ୍ନ ଜଳ ଓ ବିଦ୍ୟୁତ୍‌ ଯୋଗାଣ, ଯୋଗାଯୋଗ, ଗଣମାଧ୍ୟମ ପରିଚାଳନା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ମଞ୍ଚ ସାଜସଜ୍ଜା ଓ ବୈଠକରେ ଯୋଗଦେଉଥିବା ବ୍ୟକ୍ତିବିଶେଷଙ୍କ ଆସନ ଗ୍ରହଣ ସମ୍ପର୍କରେ ଗୃହ ଓ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ଯୋଗସୂତ୍ର ରଖିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?