ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୭ା୨(ବ୍ୟୁରୋ):ଫେବୃୟାରୀ ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଦାୟିତ୍ୱରେ ନିୟୋଜିତ ଅଧିକାରୀ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଉଥିବା ଅତିଥି ଏବଂ ସାକ୍ଷାତ୍‌ କରିବାକୁ ଥିବା ବ୍ୟକ୍ତିବିଶେଷଙ୍କ ୭୨ ଘଣ୍ଟା ପୂର୍ବରୁ ଆରଟିପିସିଆର ଟେଷ୍ଟ ସହ ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି। ସୋମବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତକାଳରେ ଏ ନେଇ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସମସ୍ତ ଆନୁଷଙ୍ଗିକ ପ୍ରସ୍ତୁତି ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହ ପ୍ରସ୍ତୁତି ତଦାରଖ ନିମନ୍ତେ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ୱ ଦେଇଛନ୍ତି। ବୈଠକରେ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ଗୃହ ବିଭାଗ ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଆସନ୍ତା ୧୦ ତାରିଖରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବା ପରେ ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନ ପକ୍ଷରୁ ଆୟୋଜିତ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମଧ୍ୟାହ୍ନ ବିରତି ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହାପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରିଯାପନ କରିବେ। ୧୧ ତାରିଖ ସକାଳେ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ କଟକ ଗସ୍ତ କରି ଜାତୀୟ ଧାନ ଗବେଷଣା କେନ୍ଦ୍ରଠାରେ ଦ୍ୱିତୀୟ ଭାରତୀୟ ଧାନ କଂଗ୍ରେସକୁ ଉଦ୍‌ଘାଟନ କରିବେ। ଏହାପରେ ଉକ୍ତ ଦିନ ଭୁବନେଶ୍ୱର ବିମାନବନ୍ଦରରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସୁରକ୍ଷା, ଆତିଥେୟତା, ଯାନବାହନ ଓ ବାରିକେଡ୍‌ ବ୍ୟବସ୍ଥା, ଅଗ୍ନିଶମ, ସ୍ବାସ୍ଥ୍ୟ, ନୀରବଚ୍ଛିନ୍ନ ଜଳ ଓ ବିଦ୍ୟୁତ୍‌ ଯୋଗାଣ, ଯୋଗାଯୋଗ, ଗଣମାଧ୍ୟମ ପରିଚାଳନା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ମଞ୍ଚ ସାଜସଜ୍ଜା ଓ ବୈଠକରେ ଯୋଗଦେଉଥିବା ବ୍ୟକ୍ତିବିଶେଷଙ୍କ ଆସନ ଗ୍ରହଣ ସମ୍ପର୍କରେ ଗୃହ ଓ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ଯୋଗସୂତ୍ର ରଖିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri