ମୁଖ୍ୟ ସଚିବଙ୍କ ସତ୍ୟବାଦୀ ଗସ୍ତ: ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ନେଇ ସମୀକ୍ଷା

ସାକ୍ଷୀଗୋପାଳ,୨୨ା୧୦(ଡି.ଏନ୍‌.ଏ.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ କୋଟି ଟଙ୍କା ବ୍ୟୟରେ ଐତିହ୍ୟ ବିକାଶ ପ୍ରକଳ୍ପ ଏବଂ ବକୁଳବନରେ ୩୫ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ଓଡ଼ିଆ ବିଶ୍ୱବିଦ୍ୟାଳୟର ଅଗ୍ରଗତି ନେଇ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ସମୀକ୍ଷା କରିଛନ୍ତି। ଅପରାହ୍ନରେ ସତ୍ୟବାଦୀ ଗସ୍ତରେ ଆସି ମୁଖ୍ୟ ସଚିବ ସୁଆଣ୍ଡୋ ରାସ୍ତାର ପଟ୍ଟନାୟିକିଆ ଛକରେ ଅଭ୍ୟର୍ଥନା କକ୍ଷ ଓ ସୂଚନାକେନ୍ଦ୍ର ବୁଲି ଦେଖିଥିଲେ। ସୁଆଣ୍ଡୋ ଗ୍ରାମରେ ଶ୍ରୀଲୋକନାଥ ଦେବ ମନ୍ଦିର, ପୁଷ୍କରିଣୀ ଉନ୍ନୟନ, ସଂଗ୍ରହାଳୟ, ଷଠିଘର ସଂରକ୍ଷଣ, ଗୋପବନ୍ଧୁଙ୍କ କୁଳଦେବତା ଶ୍ରୀରାଧା ବିନୋଦ ବିହାରୀଙ୍କ ମନ୍ଦିର, ପ୍ରମୋଦ ଉଦ୍ୟାନ, ରାସ୍ତା ଆଦି ଐତିହ୍ୟ ବିକାଶ ପ୍ରକଳ୍ପ ପରିଦର୍ଶନ କରିବା ସହ ପୂର୍ଣ୍ଣାଙ୍ଗ ରୂପରେଖ ସମ୍ପର୍କରେ ଉପସ୍ଥିତ ଅଧିକାରୀ ଓ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ୩ ମାସ ମଧ୍ୟରେ ଐତିହ୍ୟ ସମ୍ପନ୍ନ ଜାତୀୟ ସ୍ମାରକୀ ଲୋକାର୍ପଣ କରାଯିବ ବୋଲି ସଚିବ ସୂଚନା ଦେଇଥିଲେ। ସତ୍ୟବାଦୀ ବକୁଳବନର ବନିଦ୍ୟାଳୟର ସ୍ମୃତି ଉଜ୍ଜୀବିତ କରିବା ସହିତ ଓଡ଼ିଆ ଭାଷା ସାହିତ୍ୟର ଉତ୍ତରତ୍ତୋର ଗବେଷଣା ନିମନ୍ତେ ନିର୍ମାଣାଧୀନ ଓଡ଼ିଆ ବିଶ୍ବବିଦ୍ୟାଳୟ ଛାତ୍ରାବାସ, ମୁଖ୍ୟ ପ୍ରଶାସନିକ ଦପ୍ତର ଶ୍ରେଣୀକକ୍ଷ ଆଦି ବିଭିନ୍ନ ବ୍ଲକ ସମ୍ପର୍କିତ ଡିଜାଇନ ବୁଲି ଦେଖିବା ପରେ ମୁଖ୍ୟ ସଚିବ ସାକ୍ଷୀଗୋପାଳ ମନ୍ଦିରରେ ପହଞ୍ଚି ଠାକୁରଙ୍କ ଦର୍ଶନ କରିଥିଲେ।

ଆସନ୍ତା ବର୍ଷ ଏପ୍ରିଲରେ ଓଡ଼ିଆ ବିଶ୍ୱବିଦ୍ୟାଳୟର କାମ ଶେଷ ହେବ ବୋଲି ସାକ୍ଷୀଗୋପାଳ ମନ୍ଦିର ସିଂହଦ୍ବାର ସମ୍ମୁଖରେ ମହାପାତ୍ର ସୂଚନା ଦେଇଥିଲେ। ମୁଖ୍ୟ ସଚିବଙ୍କ ସହିତ ଜିଲାପାଳ ସମର୍ଥ ବର୍ମା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ଅତିରିକ୍ତ ଜିଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ପ୍ରତ୍ନତତ୍ତ୍ୱବିଭାଗ ସୁପରିଟେଣ୍ଡେଣ୍ଟ ଅଶ୍ବିନୀ ଶତପଥୀ, ସତ୍ୟବାଦୀ ତହସିଲଦାର ଜୟନ୍ତ ଜୟସିଂହ, ବିଡିଓ ଲୋଚନ ଦାସ, ଓବିସିସିର ପରିଚାଳନା ନିର୍ଦ୍ଦେଶକ ଜୟକୃଷ୍ଣ ଦାସ, ନିର୍ବାହୀଯନ୍ତ୍ରୀ ସୁନ୍ଦର ମାଧବ ପାଢ଼ୀ, ଜିଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ଓ ଅନ୍ୟାନ୍ୟ ଅଧିକାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?