ଅଚାନକ କୋଟିଆ ଗସ୍ତ କଲେ ମୁଖ୍ୟ ଶାସନ ସଚିବ

ପଟାଙ୍ଗି,୫ା୪(ଶରତ ଧଳ): ମାସକ ପରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ହେବାକୁ ଥିବା ବେଳେ ଏହିପରି ସ୍ଥିତିରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟ ବିଭାଗର ସଚିବ ସୀମାନ୍ତ ଅଞ୍ଚଳକୁ ଗସ୍ତରେ ଆସି ଫେରିଯିବା ଦୃଶ୍ୟ ରାଜନୈତିକ ମହଲଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଚର୍ଚ୍ଚାର ବିଷୟ ପାଲଟିଛି।

ସୂଚନାନୁଯାୟୀ, ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଏବଂ ରାଜ୍ୟ କୃଷି ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ଜିଲାରେ ଅଚାନକ ପହଞ୍ଚି ଜିଲା ପ୍ରଶାସନ ସହ ନିର୍ବାଚନ ସମ୍ପର୍କିତ ଆଲୋଚନା କରିଥିଲେ। ଏହି ସମୟରେ ଜିଲାପାଳ ଭିି.କୀର୍ତ୍ତି ଭାସନ, ଡିଆଇଜି ଚରଣସିଂ ମୀନା, ଆରକ୍ଷୀ ଅଧୀକ୍ଷକ ଅଭିନବ ସୋନକାର, ଉପଜିଲାପାଳ ବେଣୁଧର ଶବର, ସ୍ଥାନୀୟ ବିଡିଓ ସୁକାନ୍ତ କୁମାର ପଟ୍ଟନାୟକ ଏବଂ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ ପ୍ରମୁଖଙ୍କ ସହ
ପଞ୍ଚାୟତରେ ରହିଥିବା ୯ଟି ବୁଥ୍‌ ମଧ୍ୟରୁ ସୀମାନ୍ତ ୫ଟି ବୁଥ୍‌ରେ ରହିଥିବା ସ୍ଥିତି ସମ୍ପର୍କରେ ଆଲୋଚନା ହୋଇଥିଲେ ମଧ୍ୟ ଏହାକୁ ସମ୍ପୂର୍ଣ୍ଣ ଗୋପନ ରଖା ଯାଇଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ ମୁଖ୍ୟ ଶାସନ ସଚିବ ଏବଂ କୃଷି ବିଭାଗ ପ୍ରମୁଖ ସଚିବଙ୍କ ଏହିପରି ଗସ୍ତ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପାଇଁ ଅନେକ ପ୍ରଭାବ ପଡ଼ିପାରେ ବୋଲି ଅନୁମାନ କରା ଯାଉଥିବା ବେଳେ ଉକ୍ତ ଦୁଇ ଅଧିକାରୀଙ୍କ ସମେତ ଜିଲାର ଅନ୍ୟ ଅଧିକାରୀମାନେ ପଞ୍ଚାୟତରେ ପହଞ୍ଚି ବାରାବନ୍ଧ ଗ୍ରାମରେ ହୋଇଥିବା ଷ୍ଟ୍ରବେରୀ ଚାଷ ଦେଖି ଉପସ୍ଥିତ ଚାଷୀଙ୍କ ସହ ଲାଭ ଏବଂ କ୍ଷତି ସମ୍ପର୍କରେ ଆଲୋଚନା କରିଥିଲେ। ସେହିପରି ଉକ୍ତ ସ୍ଥାନରୁ ବାହାରି ପଞ୍ଚାୟତ କାର୍ଯ୍ୟାଳୟ , ସ୍ବତନ୍ତ୍ର ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ସ୍ବାସ୍ଥ୍ୟକେନ୍ଦ୍ର, ଜଗନ୍ନାଥ ମନ୍ଦିର ଓ ୫-ଟି ବିଦ୍ୟାଳୟ ପ୍ରମୁଖ ସ୍ଥାନକୁ ଗସ୍ତ କରି ପାରିପାଶର୍‌ବିକ ସ୍ଥିତି ଅନୁଧ୍ୟାନ କରି ଉକ୍ତ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ସହ ପାଠପଢ଼ା ସମ୍ପର୍କରେ ଆଲୋଚନା କରି ସମସ୍ୟା ଉପରେ ଅବଗତ ହୋଇଥିଲେ। ଶେଷରେ ସୀମାନ୍ତ ସ୍ଥାନଗୁଡ଼ିକରେ ରହିଥିବା ବୁଥ୍‌ମାନଙ୍କରେ କିପରି ଭୋଟ୍‌ ହାର ବଢ଼ିବ ସେନେଇ ଲୋକଙ୍କୁ ସଚେତନତା ସୃଷ୍ଟି କରିବା ଦିଗରେ ଦୃଷ୍ଟି ଦେବାକୁ ଜିଲା ଓ ବ୍ଲକ ପ୍ରଶାସନକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?