ମୁଖ୍ୟ ଶାସନ ସଚିବଙ୍କ ତଦନ୍ତ ନିର୍ଦ୍ଦେଶ

କୋଣାର୍କ,୨୨ା୫(ଡି.ଏନ୍‌.ଏ): କୋଣାର୍କସ୍ଥିତ ଭଗବତୀ ମହାବିଦ୍ୟାଳୟରେ ଗତ ୨୦୧୭ରୁ ୨୦୨୨ ମସିହା ପର୍ଯ୍ୟନ୍ତ କାର୍ଯ୍ୟରତ ଜଣେ କିରାଣିଙ୍କ ଦ୍ବାରା ଜାଲ୍‌ରସିଦ ମାଧ୍ୟମରେ ୬ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗ ହୋଇଥିଲା। ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ କାର୍ଯ୍ୟାନୁଷ୍ଠାନ ପାଇଁ କୋଣାର୍କ ଅଞ୍ଚଳର ସାମାଜିକ କର୍ମୀ ତଥା ଖବରଦାତା ଭାଗିରଥି ସ୍ବାଇଁ ରବିବାର ସକାଳେ ଟୁଇଟ୍‌ କରିଥିଲେ। ଏହି ଟୁଇଟ୍‌ର ମାତ୍ର ଦୁଇ ମିନିଟ ମଧ୍ୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଘଟଣାର ତଦନ୍ତ ଲାଗି ଉଚ୍ଚଶିକ୍ଷା ବିଭାଗ ଓ ପୁରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷାର ପ୍ରସାର ପାଇଁ କୋଣାର୍କ ଅଞ୍ଚଳର ବୁଦ୍ଧିଜୀବୀ ଓ ଶିକ୍ଷାପ୍ରେମୀଙ୍କ ଉଦ୍ୟମରେ ୧୯୭୮ ମସିହାରେ ଭଗବତୀ ମହାବିଦ୍ୟାଳୟ ସ୍ଥାପନ କରାଯାଇଥିଲା। ଏହି ମହାବିଦ୍ୟାଳୟ ପ୍ରତିଷ୍ଠା ହେବାର ଇତିମଧ୍ୟରେ ୪୬ବର୍ଷ ବିତିଗଲାଣି। ଏହାସତ୍ତ୍ୱେ ମହାବିଦ୍ୟାଳୟ ନାମରେ ସ୍ଥାୟୀ ଜମି ରେକର୍ଡଭୁକ୍ତ ହୋଇପାରିନାହିଁ। ଫଳରେ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ ମଞ୍ଜୁରୀ ମିଳିପାରୁ ନ ଥିବା ବେଳେ ଏହାର ପାରିପାଶର୍‌ବିକ ବିକାଶ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ମହାବିଦ୍ୟାଳୟର ତତ୍କାଳୀନ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ମିଶ୍ରଙ୍କ ସମୟରେ କାର୍ଯ୍ୟରତ ଜଣେ ମହିଳା କିରାଣିଙ୍କ ଦ୍ବାରା ଜାଲ୍‌ ରସିଦ ମାଧ୍ୟମରେ ୬ଲକ୍ଷ ଟଙ୍କା ଆତ୍ମସାତ କରାଯାଇଥିବା ସମ୍ପ୍ରତି ପୁରାତନ ଛାତ୍ର ସଙ୍ଗଠନ ଅଭିଯୋଗ ଆଣିବା ପରେ ଘଟଣା ଲୋକଲୋଚନକୁ ଆସିଛି। ଏ ସମ୍ପର୍କରେ କଲେଜ କର୍ତ୍ତୃପକ୍ଷ କିଭଳି ଜାଣିପାରି ନ ଥିଲେ ଅଥବା ଜାଣିଶୁଣି ଚପାଇ ଦେବା ପାଇଁ ଉଦ୍ୟମ କରିଥିଲେ ତାହା ତଦନ୍ତ କଲେ ଅସଲ ରହସ୍ୟ ପଦାକୁ ଆସିବା ସହ ଦୁର୍ନୀତିର ପର୍ଦ୍ଦାଫାଶ୍‌ ହୋଇପାରିବ ବୋଲି ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଆସୁଛନ୍ତି। କଲେଜର ପୁରାତନ ଛାତ୍ର ସଙ୍ଗଠନର ଅଭିଯୋଗ ଭିତ୍ତିରେ ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ସମ୍ପୃକ୍ତ କିରାଣିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ, ପୁରୀ ଜିଲାପାଳଙ୍କୁ ସାମାଜିକ କର୍ମୀ ସ୍ବାଇଁ ରବିବାର ସକାଳେ ଟୁଇଟ୍‌ ଯୋଗେ ଅଭିଯୋଗ କରିଥିଲେ। ଟୁଇଟ୍‌ର ମାତ୍ର ଦୁଇ ମିନିଟ ମଧ୍ୟରେ ମୁଖ୍ୟ ଶାସନ ସଚିବ ଜେନା ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ଉଚ୍ଚଶିକ୍ଷା ବିଭାଗ ଓ ପୁରୀ ଜିଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖଥାଉ କି, ତୁରନ୍ତ ଏହି ଘଟଣାର ତଦନ୍ତ କରି ସମ୍ପୃକ୍ତ କିରାଣିଙ୍କ ବିରୋଧରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସାମାଜିକ କର୍ମୀ ସ୍ବାଇଁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri