ଥଇଥାନ ପ୍ୟାକେଜ୍‌ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଅନୁଗୋଳ ଜିଲାର ମନ୍ଦାକିନୀ କୋଇଲା ଖଣି ଉତ୍‌ଖନନ ନେଇ ରହିଥିବା ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁବାର ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ ବୈଠକ ମାଧ୍ୟମରେ ଏହାର ସମୀକ୍ଷା କରିଥିଲେ। ଖଣି ଓ ଇସ୍ପାତ ବିଭାଗ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ଏହି ଖଣି ଉତ୍‌ଖନନ ନେଇ ଉପୁଜୁଥିବା ସମସ୍ୟା ସମ୍ପର୍କରେ ଆଲୋଚନା କରିବା ସହ ସମାଧାନ ଦିଗରେ ମତ ରଖିଥିଲେ। ଖଣି ଅଞ୍ଚଳରେ ସାମାଜିକ ଓ ଅର୍ଥନୈତିକ ସର୍ବେକ୍ଷଣ(ଏସ୍‌ଇଏସ୍‌) କରିବା, ଜଙ୍ଗଲ ବିଭାଗ ପ୍ରସ୍ତାବର ଅନୁପାଳନ, ଭାରତ ସରକାରଙ୍କଠାରୁ ପରିବେଶ ମଞ୍ଜୁରୀ, କୋଇଲା ମାନ ଯାଞ୍ଚ ପାଇଁ ସେଣ୍ଟ୍ରାଲ ମାଇନ୍ସ ପ୍ଲାନିଂ ଆଣ୍ଡ୍‌ ଡିଜାଇନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରାରମ୍ଭିକ ପର୍ଯ୍ୟାୟରେ ହେବାକୁ ଥିବା ଡ୍ରିଲିଂ ଆଦି ସମ୍ପର୍କରେ ଏହି ବୈଠକରେ ଆଲୋଚନା ହୋଇଥିଲା। ତେବେ ସ୍ଥାନୀୟ ଲୋକଙ୍କ ସମସ୍ୟାର ସମାଧାନ ଲାଗି ଓଡ଼ିଶା କୋଲ୍‌ ବିୟରିଂ ଏରିଆ ଡେଭଲପ୍‌ମେଣ୍ଟ ଆକ୍ଟ ଆଣ୍ଡ୍‌ ରିହାବିଲିଟେଶନ ପଲିସି ଅନୁଯାୟୀ ଏକ ବ୍ୟାପକ ଥଇଥାନ ପ୍ୟାକେଜ୍‌ ପ୍ରସ୍ତୁତ କରିବାକୁ ଅନୁଗୋଳ ଜିଲାପାଳଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ଓଡ଼ିଶାର ଥଇଥାନ ନୀତି ଏକ ପ୍ରଗତିଶୀଳ ନୀତି ହୋଇଥିବାବେଳେ ଯଦି ଏହାର ଉପଯୁକ୍ତ ପ୍ୟାକେଜିଂ କରାଯାଏ ତା’ହେଲେ ସ୍ଥାନୀୟ ଲୋକେ ଏହାଦ୍ୱାରା ବିଶେଷଭାବେ ଉପକୃତ ହୋଇପାରିବେ ବୋଲି ସେ କହିଥିଲେ।
ସେହିଭଳି ଜିଲା ପ୍ରଶାସନ ସହ ଆଲୋଚନା କରି ସ୍ଥାନୀୟ ଆବଶ୍ୟକତା ଅନୁଯାୟୀ ଏକ ଥଇଥାନ ପ୍ୟାକେଜ୍‌ ପ୍ରସ୍ତୁତ କରିବାକୁ ଖଣି ବିକାଶ କର୍ତ୍ତୃପକ୍ଷ (ମାଇନ୍ସ ଡେଭଲପିଙ୍ଗ୍‌ ଅଥରିଟି)ଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଖଣି ଖନନ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜନସାଧାରଣଙ୍କ ସହ ସିଧାସଳଖ ଆଲୋଚନା କରି ସେମାନଙ୍କୁ ଥଇଥାନ ପ୍ୟାକେଜ୍‌ ସମ୍ପର୍କରେ ବିସ୍ତୃତଭାବେ ବୁଝାଇବାକୁ ଜିଲାପାଳ, ଏସ୍‌ପି ଓ ସ୍ଥାନୀୟ ତହସିଲଦାରଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ଥଇଥାନ ଅଞ୍ଚଳରେ ଉପଯୁକ୍ତ ବାସଗୃହ ସହ ଆବଶ୍ୟକ ସମସ୍ତ ଭିତ୍ତିଭୂମି ଓ ସୁବିଧା ସୁଯୋଗ ଯୋଗାଇଦେବାକୁ ସେ କହିଥିଲେ। ନବକୃଷ୍ଣ ଚୌଧୁରୀ ସେଣ୍ଟର ଫର୍‌ ଡେଭଲପ୍‌ମେଣ୍ଟ ଷ୍ଟଡିଜ୍‌ ଆସନ୍ତା ସପ୍ତାହରୁ ଏହି ଅଞ୍ଚଳରେ ସାମାଜିକ ଓ ଅର୍ଥନୈତିକ ସର୍ବେକ୍ଷଣ କରିବା ନେଇ ସୁରେନ୍ଦ୍ର କୁମାର ସୂଚନା ଦେଇଥିଲେ। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ମୋନା ଶର୍ମା, ଖଣି ନିର୍ଦ୍ଦେଶକ ଦେବୀଦତ୍ତ ବିଶ୍ୱାଳ, ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅନୁଗୋଳ ଏସ୍‌ପି ଜଗମୋହନ ମୀନା, ଏନ୍‌ଟିପିସି ସିଏମ୍‌ଡି ଗୁରୁଦୀପ ସିଂ ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଏହି ଭର୍ଚୁଆଲ ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?