Posted inଜାତୀୟ

ଅବସର ନେଲେ ଆଲାପନ ବନ୍ଦୋପାଧ୍ୟାୟ: ମିଳିଲା ନୂଆ ଦାୟିତ୍ୱ

କୋଲକାତା,୩୧।୫: ୩ ମାସ ବର୍ଦ୍ଧିତ କାର୍ଯ୍ୟକାଳ ସତ୍ତ୍ୱେ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ସୋମବାର ଅବସର ନେଇଛନ୍ତି। ବର୍ତ୍ତମାନ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ। ସେ ଏହି ପଦବୀରେ ୩ ବର୍ଷ ରହିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତି ଜାରି କରାଯାଇଛି। ବନ୍ଦୋପାଧ୍ୟାୟଙ୍କ ଅବସର ପରେ ପଶ୍ଚିମବଙ୍ଗର ନୂତନ ମୁଖ୍ୟ ଶାସନ ସଚିବ ଭାବେ ହରି କ୍ରିଷ୍ଣା ଦ୍ୱିବେଦୀଙ୍କୁ ନିଯୁକ୍ତି ଦିଆଯାଇଛି।

ନିକଟରେ ବାତ୍ୟା ‘ୟାସ’ର କ୍ଷୟକ୍ଷତି ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ୩୦ ମିନିଟ ବଳମ୍ବରେ ପହଞ୍ଚି ଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ମୁଖ୍ୟ ଶାସନ ସଚିବ ବନ୍ଦୋପାଧ୍ୟାୟ। ଏପରିକି ମମତା ମୋଦିଙ୍କୁ କ୍ଷୟକ୍ଷତି ରିପୋର୍ଟ ଦେଇ ବୈଠକରୁ ଚାଲି ଯାଇଥିଲେ।

ଏହାକୁ ନେଇ ବିବାଦ ଉପୁଜିଥିଲା। ଏହାର କିଛି ଘଣ୍ଟା ମଧ୍ୟରେ କେନ୍ଦ୍ର ସରକାର ବନ୍ଦୋପାଧ୍ୟାୟଙ୍କୁ ଦିଲ୍ଲୀ ଡକାଇବା ସହ ୩୧ ତାରିଖ ପୂର୍ବାହ୍ନ ୧୦ଟା ସୁଦ୍ଧା ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରିଥିଲେ। ହେଲେ ବନ୍ଦୋପାଧ୍ୟାୟ କୌଣସି ପ୍ରତିକ୍ରିୟା ଦେଇ ନ ଥିଲେ।

ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ମମତା ବନ୍ଦୋପାଧ୍ୟାୟଙ୍କ ବଦଳି ଉପରେ ରୋକ୍‌ ଲଗାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଏସବୁ ବିବାଦ ମଧ୍ୟରେ ବନ୍ଦୋପାଧ୍ୟାୟ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଛନ୍ତି। ଅବସର ନେବା ପରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri