ମୁଖ୍ୟ ଶାସନ ସଚିବଙ୍କ କେନ୍ଦୁଝର ଗସ୍ତ: ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ

କେନ୍ଦୁଝର,୧୪ା୧(ସ୍ବ.ପ୍ର.): ଓଡ଼ିଶାର ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ତଦାରଖ ସହ ସମୀକ୍ଷା କରିଛନ୍ତି। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ କରି କାର୍ଯ୍ୟକ୍ଷମ କରିବାକୁ ସଂପୃକ୍ତ ବିଭାଗୀୟ କର୍ମକର୍ତ୍ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଉରକେଲାରୁ କେନ୍ଦୁଝର ଆସିବା ରାସ୍ତାରେ ମୁଖ୍ୟ ଶାସନ ସଚିବ ରାଜାମୁଣ୍ଡାରୁ ରିମୁଳି ପର୍ଯ୍ୟନ୍ତ ଜାତୀୟ ରାଜପଥର ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ଏହାପରେ ଯୋଡ଼ା-ବାମେବାରୀ ରାସ୍ତାରେ ନିର୍ମାଣାଧୀନ ଯୋଡ଼ା ଫ୍ଲାଇ ଓଭରର ଅଗ୍ରଗତି ତଦାରଖ କରିଥିଲେ। ପ୍ରକଳ୍ପ ନିର୍ମାଣ ଅଗ୍ରଗତିରେ ଯାହା ସମସ୍ୟା ପ୍ରତିବନ୍ଧକ ରହିଛି ଜିଲା ପ୍ରଶାସନ ସହଯୋଗରେ ସେସବୁର ସମାଧାନ କରି ଚଳିତ ବର୍ଷ ଅକ୍ଟୋବର ମାସ ସୁଦ୍ଧା ଫ୍ଲାଇ ଓଭର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏତଦ୍‌ବ୍ୟତୀତ ଜନସାଧାରଣଙ୍କ ସୁବିଧା ଦୃଷ୍ଟିରୁ ଯଥା ସ୍ଥାନରେ ସର୍ଭିସ୍‌ ରୋଡ୍‌ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ନଦୀବନ୍ଧ, ସ୍ପିଲ୍‌ଓ୍ବେ୍‌, ଗେଟ୍‌ ଏବଂ ରିଭର ଗ୍ୟାପ୍‌ ଇତ୍ୟାଦି କାର୍ଯ୍ୟର ସ୍ଥିତି ତଦାରଖ କରିଥିଲେ ଏବଂ ଜୁନ୍‌ରେ ଶେଷ କରିବାକୁ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri