ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଦୀର୍ଘ ୧୩ ଦିନ ଧରି ବ୍ରହ୍ମପୁର  MKCG ମେଡିକାଲରେ ତାଙ୍କର ଚିକିତ୍ସା କରାଯାଉଥିଲା। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଚିକିଟି ବ୍ଲକ ଅନ୍ତର୍ଗତ ସୁନାପୁର ବେଳାଭୂମି ମହୋତ୍ସବ ଅବସରରେ ଏକ ମିନି ମାରାଥନ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ସେହି ଅନୁସାରେ କରାଯାଇଥିବା ଚିଠି (ସଂଖ୍ୟା ୯୩୩,୨.୨.୨୦୨୬) ଅନୁଯାୟୀ ଗତ ୩ ତାରିଖରେ ସୋରଳ ଛକଠାରୁ ଜାଗପୁର ପର୍ଯ୍ୟନ୍ତ ମିନି ମାରାଥନ କରାଯାଇଥିଲା। ଏହି ସମୟରେ କୌଣସି କାରଣରୁ ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀ  ରାମଚନ୍ଦ୍ରପୁର ପିଇଓ ଦଣ୍ଡପାଣି ପାତ୍ରଙ୍କୁ ସର୍ବସମ୍ମୁଖରେ  ଗାଳିଗୁଲଜ କରିଥିଲେ। ଏନେଇ ଗତ ୪ ତାରିଖରେ ଅତିରିକ୍ତ ତହସିଲଦାର ଶାଶ୍ୱତୀ ଶଡ଼ଙ୍ଗୀ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ l ଏତଲାକୁ ଭିତ୍ତିକରି ମାମଲା ନମ୍ବର ୫୬/୨୦୨୬ ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ଘଟଣାର ତଦନ୍ତ କରିବା ପାଇଁ ଜଣେ ବରିଷ୍ଠ ମହିଳା ଏସ୍‌ଡିପିଇଓଙ୍କୁ ନିୟୋଜିତ କରାଯାଇଥିଲା।

ଅପରପକ୍ଷରେ ଚିକିଟି ଅତିରିକ୍ତ ତହସିଲଦାରଙ୍କ ଅପମାନ ସହି ନପାରି ପିଇଓ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି ପିଇଓଙ୍କ ସ୍ତ୍ରୀ ବି ଜାନକୀ ପାତ୍ରଙ୍କ ପକ୍ଷରୁ ଗତ ୯ ତାରିଖ ସୋମବାର ଦିନ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା l ଏତଲାକୁ ଭିତ୍ତିକରି ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ନାମରେ ମାମଲା ନମ୍ବର ୬୨/୨୬ ରୁଜୁ ହୋଇଥିଲା l ଉଭୟ ପକ୍ଷର ଏତଲାକୁ ଭିତ୍ତିକରି ପୋଲିସ ତଦନ୍ତ କରୁଥିବା ବେଳେ ପିଇଓ ମୃତ୍ୟୁ ସହ ସଂଗ୍ରାମ କରି ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ଫଳରେ ଘଟଣା ଏବେ ନୂଆ ମୋଡ଼ ନେଇଛି। ଗୋଟିଏ ପଟେ ପିଇଓଙ୍କ ପରିବାର ଉପରେ ଦୁଃଖର ପାହାଡ଼ ଖସିଥିବା ବେଳେ ପୋଲିସ ତଦନ୍ତ କେଉଁ ଦିଗକୁ ଯାଉଛି ତାହା ଉପରେ ସମସ୍ତଙ୍କ ନଜର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri