ଚିକିଟି ମଦ ମୃତ୍ୟୁ ମାମଲା: ଅବକାରୀ ଅଧୀକ୍ଷକଙ୍କୁ ହଟାଇଲେ ସରକାର

ଭୁବନେଶ୍ୱର,୨୧ା୮: ଗଞ୍ଜାମ ଜିଲା ଚିକିଟି ବେଆଇନ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ଘଟଣାରେ ବ୍ରହ୍ମପୁରର ଅବକାରୀ ଅଧୀକ୍ଷକଙ୍କୁ କାର୍ଯ୍ୟରୁ ସରକାର ହଟାଇ ଦେଇଛନ୍ତି। ଏନେଇ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ଏଥିସହିତ ମନ୍ତ୍ରୀ କହିଛନ୍ତି, ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ। ବେଆଇନ ତଥା ଚୋରା ମଦ କାରବାରକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ନିକଟରେ ଗଞ୍ଜାମ ଜିଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଏବଂ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରିବା ସହ ଏ ସମ୍ପର୍କରେ ସବିଶେଷ ତଥ୍ୟ ମାଗିଥିଲେ। ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ। ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷ୍ଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକ୍ରି ସ୍ଥାନରେ ଚଢ଼ାଉ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ବତନ୍ତ୍ର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଚିକିତ୍ସିତ ହେଉଥିବା ସମସ୍ତଙ୍କ ଅବସ୍ଥା ଭଲ ଅଛି ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଚିକିଟି ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ ଗତକାଲି ସା ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭,୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଛି। ଏଥି ମଧ୍ୟରୁ କେବଳ ଗଞ୍ଜାମ ଜିଲାରେ ୩୮୫ ଲିଟର ମଦ ଜବତ ହୋଇଛି। ଆଗାମୀ ଦିନରେ ଏପରି ଚଢ଼ାଉକୁ ଜୋର୍‌ଦାର କରାଯିବା ସହ ବେଆଇନ ମଦ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri