ଚିକିଟି ମଦ ମୃତ୍ୟୁ ମାମଲା, ଆଉ ଜଣେ ଗିରଫ: ମୁଖ୍ୟ ଅଭିଯୁକ୍ତଙ୍କଠୁ ମଦ ଆଣି…

ଚିକିଟି,୨୧।୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲାରେ ମଦ ମୃତ୍ୟୁ ବିଭୀଷିକା ଦେଖିବାକୁ ମିଳିଛି। ମଦ ମୃତ୍ୟୁ ଘଟଣାରେ କେ.ନୂଆଗାଁ ପୋଲିସ ଶୁକ୍ରବାର ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ମାଉନ୍ଦପୁର ଗ୍ରାମର ରାଜେନ୍ଦ୍ର ସାହୁ। ମୁଖ୍ୟ ଅଭିଯୁକ୍ତଠାରୁ ରାଜେନ୍ଦ୍ର ମଦ ଆଣି ବିକ୍ରି କରୁଥିବା ଜଣାପଡିଛି। ପୂର୍ବରୁ ମଦମୃତ୍ୟୁ ମାମଲାରେ ପୋଲିସ ୮ ଜଣଙ୍କୁ ଗିରଫ କରିସାରିଛି।

ସୂଚନା ଯୋଗ୍ୟ, ଚିକିଟି ମଦମୃତ୍ୟୁ ଘଟଣାରେ ଆର୍‌ଡିସି ସ୍ତରୀୟ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଚିକିଟି ମଦମୃତ୍ୟୁ ଘଟଣାରେ ଆର୍‌ଡିସିସ୍ତରୀୟ ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଦିନେ ଦୁଇଦିନ ଭିତରେ ତଦନ୍ତ ଆରମ୍ଭ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। ଆର୍‌ଡିସି ତଦନ୍ତର ରିପୋର୍ଟ ୨ ମାସ ମଧ୍ୟରେ ଆସିବ। ଏହି ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସରକାର ଏହି ଘଟଣାକୁ ନେଇ କଠୋର ଅଛନ୍ତି ଓ ନିଷ୍ପତ୍ତି ନେଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

ଗତ ୨୦ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ୨୧୭ ବେଆଇନ ମଦଭାଟି ଚିହ୍ନଟ କରାଯାଇଛି। ବେଆଇନ ମଦଭାଟିକୁ ବୁଲଡୋଜର ସାହାଯ୍ୟରେ ଉଡ଼ାଇ ଦିଆଯିବ। ଆସନ୍ତା ବର୍ଷେ ଭିତରେ ବେଆଇନ ମଦ କାରବାର ବନ୍ଦ କରାଯିବ ବୋଲି ସେ କହିଛନ୍ତି। ଚିକିଟି ମଦମୃତ୍ୟୁ ଘଟଣାରେ କାର୍ଯ୍ୟରେ ଅବହେଳା ପାଇଁ ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀଙ୍କୁ ଅନ୍ୟତ୍ର ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି ଓ ଏସ୍‌ଆଇ ପ୍ରସନ୍ନ କୁମାର ଜାଲିଙ୍କୁ ନିଲମ୍ବନ କରାଯାଇଛି ବୋଲି ଆଇନମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri