ଚିକିଟି ବିଷାକ୍ତ ମଦ ମୃତ୍ୟୁ: ଶୋକାକୁଳ ପରିବେଶରେ ମୃତଦେହ ସତ୍କାର

ଚିକିଟି,୨ା୯(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ମାଉନ୍ଦପୁର ଗ୍ରାମରେ ବିଷାକ୍ତ ମଦ ପିଇବା ଘଟଣାରେ ରବିବାର ସୁଦ୍ଧା ୪ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜେନାପୁର ଗ୍ରାମର ଜୁର୍‌ ବେହେରା, ଲୋକନାଥ ବେହେରା, ଲକ୍ଷ୍ମଣ ବେହେରା ଓ କରବାଲୁଆ ଗ୍ରାମର ବାୟା ସେଠୀ। ରବିବାର ଅପରାହ୍ନରେ ବାୟା ସେଠୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ସୋମବାର ସକାଳେ ପରିବାରଙ୍କୁ ହସ୍ତାନ୍ତର କରାଯାଇଥିଲା। ପରେ ଶୋକାକୁଳ ପରିବେଶରେ ମୃତଦେହ ସତ୍କାର କରାଯାଇଥିଲା।

ଅନ୍ୟପକ୍ଷେ ମଦମୃତ୍ୟୁକୁ ନେଇ ଅଞ୍ଚଳରେ ଭୟର ବାତାବରଣ ଦେଖା ଦେଇଛି। ବର୍ତ୍ତମାନ ସୁଦ୍ଧା ୧୭ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ କରବଲୁଆ ଗ୍ରାମର ଖଲିଆ ସେଠୀ ଓ ଜେନାପୁର ଗ୍ରାମର ପ୍ରଦୀପ ବେହେରା ବ୍ରହ୍ମପୁର ସ୍ଥିତ ବଡ଼ ମେଡିକାଲ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି।

ସୋମବାର ସକାଳେ ଚିକିଟି ନିର୍ବାଚନ ମଣ୍ଡଳୀ ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ଉଷା ଦେବୀଙ୍କ ସ୍ବାମୀ ତ୍ରିଗୁଣାତିତ ଦେଓ ମୃତ ବାୟା ସେଠୀଙ୍କ ଘରେ ପହଞ୍ଚି ପରିବାର ଲୋକଙ୍କ ସହ ଆଲୋଚନା କରି ସମବେଦନା ଜଣାଇଥିଲେ। ଏପରିକି ସେ ଏକ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିଲେ।

ଅନ୍ୟପକ୍ଷେ ସରକାରୀ ସହାୟତା ମିଳି ନ ଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ବିଷାକ୍ତ ମଦ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ରାଜନୀତି ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ନୂଆଗାଁ ଥାନା ଅଞ୍ଚଳରେ ଦିନକୁ ଦିନ ବେଆଇନ ଦେଶୀ ମଦ କାରବାର ବଢି ଚାଲିଥିବା ବେଳେ ଅବକାରୀ ବିଭାଗ ଏହାକୁ ରୋକିବାରେ ବିଫଳ ହୋଇଛି। ବିଭାଗ ପକ୍ଷରୁ ଅନେକ ସମୟରେ ଚଢ଼ାଉ କରାଯାଉଛି। ମାତ୍ର ଏହା ସୁଫଳ ମିଳି ପାରିନାହିଁ। ଫଳରେ ଗରିବ ଲୋକମାନେ ମଦ୍ୟ ପାନ କରି ମୃ ମୃତ୍ୟୁ ମୁଖରେ ପଡ଼ିବା ଓ ପରିବାର ଛାର୍‌ଖାର ହେବା ସାର ହେଉଛି। ଏଣୁ ଚୋରା ମଦ କାରବାର ବନ୍ଦ କରିବା ସହିତ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସିଙ୍କ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri