୧୦ବର୍ଷରେ ୧୮ଗୁଣ ବଢ଼ିଛି ଶିଶୁ ନିର୍ଯାତନା

ଭୁବନେଶ୍ୱର, ୫।୮ (ବ୍ୟୁରୋ): ଦେଶରେ ଶିଶୁ ନିର୍ଯାତନା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଓଡ଼ିଶାରେ ଗତ ୧୦ବର୍ଷରେ ଶିଶୁ ନିର୍ଯାତନା ୧୮ଗୁଣ ବୃଦ୍ଧି ପାଇଛି। ୨୦୦୯ରେ ୮୭ ଶିଶୁ ନିର୍ଯାତନା ଅଭିଯୋଗ ହୋଇଥିବାବେଳେ ୨୦୧୯ରେ ତାହା ବୃଦ୍ଧି ପାଇ ୧,୬୪୮ରେ ପହଞ୍ଚିଛି। ଦେଶରେ ଶିଶୁ ନିର୍ଯାତନା ବୃଦ୍ଧିର ଚିତ୍ର ସମ୍ପର୍କିତ ତଥ୍ୟ ଲୋକ ସଭାରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ପ୍ରଦାନ କରିବାପରେ ଏହାକୁ ନେଇ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି। ଦେଶର ହାର ତୁଳନାରେ ଓଡ଼ିଶାରେ ଶିଶୁ ନିର୍ଯାତନା ଅଧିକ ରହିବାରୁ ସେମାନଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନୟାଗଡ଼ରେ ୫ବର୍ଷୀୟା ପରୀ ବଳାତ୍କାର ଓ ହତ୍ୟା ମାମଲା ଅବା ସମ୍ବଲପୁର ବଡ଼ମାଳରେ ନାବାଳିକାଙ୍କୁ ଗଣବଳାତ୍କାର ଭଳି ବହୁ ଘଟଣା ରାଜ୍ୟରେ ଶିଶୁ ନିର୍ଯାତନା ବଢ଼ୁଥିବା କଥାକୁ ସୂଚାଉଛି। ଅପରପକ୍ଷରେ ଶିଶୁଙ୍କ ସୁରକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଉଛି ବୋଲି ଶିଶୁ ସୁରକ୍ଷା ଆୟୋଗ ପକ୍ଷରୁ କୁହାଯାଉଛି। ରାଜ୍ୟରେ ମହିଳାଙ୍କ ପାଇଁ ଯେଭଳି ସ୍ବତନ୍ତ୍ର ଥାନା ପ୍ରତିଷ୍ଠା ହୋଇଛି ସେହିଭଳି ଶିଶୁଙ୍କ ପାଇଁ ସ୍ବତନ୍ତ୍ର ଥାନା ପ୍ରତିଷ୍ଠା କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଛି। ଯଦି ମୁଖ୍ୟମନ୍ତ୍ରୀ ଏହାକୁ ଅନୁମତି ଦେବେ, ଏହା ଶିଶୁଙ୍କ ଉପରେ ହେଉଥିବା ନିର୍ଯାତନାକୁ ରୋକିବାରେ ସଫଳ ହେବ ବୋଲି ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri