ଶିଶୁ ମୃତ୍ୟୁ ଘଟଣା: ଯାଞ୍ଚ କଲେ ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍‌

କେନ୍ଦୁଝର,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିସତ୍ାଳୟର ଶିଶୁ ୱାର୍ଡରେ ୪ ନବଜାତ ଶିଶୁ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ବରିଷ୍ଠ ପ୍ରଶାସନିକ ଅଧିକାରୀ ସୋମବାର ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶିଶୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଡାକ୍ତର ରଶ୍ମି ରଞ୍ଜନ ଶତପଥି ଓ ଜାତୀୟ ସ୍ବାସ୍ଥ୍ୟ ମିଶନର ଶିଶୁ ସ୍ବାସ୍ଥ୍ୟ ପରାମର୍ଶଦାତା ଡାକ୍ତର ରବିନ୍ଦ୍ର ନାଥ ପଣ୍ଡା ଡାକ୍ତରଖାନାରେ ପହଞ୍ଚି ଏସ୍‌ଏନସିୟୁ ୱାର୍ଡକୁ ଯାଇ ସେଠାରେ ସ୍ଥିତି ଅନୁଧ୍ୟାନ କରି ମୃତ୍ୟୁର କାରଣ ଯାଞ୍ଚ କରିଥିଲେ। ସେହିପରି ବିଭାଗର ଡାକ୍ତର,ନର୍ସ ତଥା ଅନ୍ୟ କର୍ମଚାରୀ ଏବଂ ରୋଗୀ ସମ୍ପର୍କୀୟଙ୍କ ସହ ଆଲୋଚନା କରି ତଥ୍ୟ ସଂଗ୍ରହ କରିଥିଲେ। ତେବେ ଘଟଣାର ତଦନ୍ତ କରି ରିପୋର୍ଟ ସେମାନେ ସରକାରଙ୍କ ନିକଟରେ ଦାଖଲ କରିବେ।

ସୂଚନାଯୋଗ୍ୟ,ଶିଶୁ ୱାର୍ଡରେ ଚିକିତ୍ସାଧିନ ଥିବା ୪ ଜଣ ନବଜାତ ଶିଶୁଙ୍କ ୨୪ ଘଣ୍ଟାରେ ମୃତ୍ୟୁ ହୋଇଛି। ତେବେ ୧୮ ଦିନରେ ସମୁଦାୟ ୧୩ ଜଣ ନବଜାତ ଶିଶୁଙ୍କ ମୃତ୍ୟୁକୁ ରାଜ୍ୟରେ ଚହଳ ସୃଷ୍ଟି କରିଥିଲା। ଏହାକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ତଦନ୍ତ କରିବା ପାଇଁ ବିଭାଗକୁ ଜଣାଇବା ପରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ୨ ଜଣିଆ କମିଟି ଦ୍ୱାରା ତଦନ୍ତ କରି ତୁରନ୍ତ ରିପୋର୍ଟ ଦେବାକୁ ଆଦେଶ ହୋଇଥିଲା। ବିଶେଷ କରି ଚିକିସତ୍ାରେ ଅବହେଳା ହୋଇଥିବା ଏବଂ ଡାକ୍ତର ଅନୁପସ୍ଥିତ ଥିବା ନେଇ ଅଭିଯୋଗ ହୋଇଥିଲା। ଏଣୁ ଯାଞ୍ଚ କମିଟି କେଉଁ ଆଧାରରେ ତଦନ୍ତ କରୁଛି ଏବଂ କ’ଣ ରିପୋର୍ଟ ଦାଖଲ କରୁଛି ତାହା ଉପରେ ସମସ୍ତଙ୍କ ନଜର ରହିଛି। ତଦନ୍ତ ସମୟରେ ଜିଲା ମୁଖ୍ୟ ଚିକିସତ୍ା ଅଧିକାରୀ ଡାକ୍ତର ସୁଜାତାରାଣୀ ମିଶ୍ର, ଅତିରିକ୍ତ ଜିଲା ମୁଖ୍ୟ ଚିକିସତ୍ା ଅଧିକାରୀ (ମେଡିକାଲ) ଡାକ୍ତର ଗିରିଶ ଚନ୍ଦ୍ର ରାଉତ, ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର କିଶୋର ଚନ୍ଦ୍ର ପୃଷ୍ଟି, ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ପ୍ରଦୀପ କୁମାର ମହାକୁଡ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri