ମାତୃଭାଷାରେ ଶିକ୍ଷାରୁ ପିଲାଙ୍କ ବିକାଶ: ରାଷ୍ଟ୍ରପତି

ଭୁବନେଶ୍ୱର,୧ା୩(ଅସମାପିକା ସାହୁ):ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ। ସେ କହିଥିଲେ, ମା’ଠାରୁ ବଳି ବଡ଼ ଆଉ କେହି ସଂସାରରେ ନାହିଁ। ମାତୃଭୂମି ମଧ୍ୟ ଆମକୁ ଲାଳନ ପାଳନ କରୁଛି। ଆମ ଦେଶର ମାଟି, ପାଣି ଓ ପବନ ବିନା ଆମର ଜୀବନ କାହିଁ। ସେହିଭଳି ମା’ ଓ ମାଟି ପରି ମାତୃଭାଷା ମଧ୍ୟ ବହୁ ଗୁରୁତ୍ୱପୂର୍ଣ୍ଣ। ମା’ ଶିଶୁର ପ୍ରଥମ ଶିକ୍ଷିକା ଏବଂ ଶିଶୁଟି ମା’ର ଭାଷାରେ ପୃଥିବୀ ଚିହ୍ନେ। ତେଣୁ ମାତୃଭାଷାରେ ଶିକ୍ଷାଲାଭ କଲେ ଛାତ୍ରୀଛାତ୍ରଙ୍କ ସ୍ବାଭାବିକ ବିକାଶ ଘଟିବ। ମାତୃଭାଷାରେ ଶିକ୍ଷା ଆମକୁ ଆମ ସଂସ୍କୃତି ସହ ଯୋଡ଼ିଥାଏ ବୋଲି ରାଷ୍ଟ୍ରପତି କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ, ଯେତେ ପାରୁଛ ସେତେ ଭାଷା ଶିଖ। ହେଲେ ନିଜ ମାତୃଭାଷା ମହତ ରଖ। ସ୍କୁଲ ଶିକ୍ଷା, ବୈଷୟିକ ଶିକ୍ଷା ଏପରିକି ଉଚ୍ଚ ଶିକ୍ଷା ମଧ୍ୟ ମାତୃଭାଷାରେ ଶିକ୍ଷାଦାନ ଦିଆଯିବା ଆବଶ୍ୟକ। ମାତୃଭାଷାରେ ଶିକ୍ଷା ଲାଭ କଲେ ପିଲାମାନେ ନିଜ ସଂସ୍କୃତି ସହିତ ଜଡ଼ିତ ହୋଇ ରହିବେ ବୋଲି ରାଷ୍ଟ୍ରପତି ପ୍ରକାଶ କରିଛନ୍ତି। ଛାତ୍ରୀଛାତ୍ରଙ୍କ ଉପଲକ୍ଷେ କହିଥିଲେ, ଆଜି ଦିନଟି ତୁମମାନଙ୍କ ପାଇଁ ସ୍ମରଣୀୟ ଦିନ ହୋଇ ରହିବ। ତୁମେମାନେ ଆଜି ଡିଗ୍ରୀ ଲାଭ କରିଛ। ତୁମମାନଙ୍କ ପଛରେ ତୁମର ନିଷ୍ଠା ଓ ପରିଶ୍ରମ ନିଶ୍ଚୟ ରହିଛି। ତା’ ସହିତ ତୁମର ମାତାପିତା, ଅଭିଭାବକ ଓ ଅଧ୍ୟାପକଙ୍କ ଭୂମିକା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏଥିପାଇଁ ତୁମମାନଙ୍କୁ ଆଶୀର୍ବାଦ ଦେବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଉଛି।
ଉତ୍କଳ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ସମାବର୍ତ୍ତନ ଉତ୍ସବରେ ଅଧ୍ୟକ୍ଷତା କରି କହିଛନ୍ତି, ଦୀକ୍ଷାନ୍ତ ସମାରୋହ ଦିନ ବିଦ୍ୟାର୍ଥୀଙ୍କ ପାଇଁ ମହତ୍ତ୍ୱପୂର୍ଣ୍ଣ ଦିନ ହୋଇଥାଏ। ଆଜି ଉପାଧି ପାଇବା ପରେ ଆପଣମାନେ ସମସ୍ତେ ନିଜ କାର୍ଯ୍ୟକ୍ଷେତ୍ରରେ ନିଯୁକ୍ତ ହୋଇ ନିଜ କାମ ପ୍ରତି ସମ୍ପୂର୍ଣ୍ଣ ନିଷ୍ଠାର ସହିତ କର୍ତ୍ତବ୍ୟ ସମ୍ପାଦନ କରିବେ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ସ୍ବାଧୀନତା ପୂର୍ବରୁ ଉତ୍କଳ ବିଶ୍ୱବିଦ୍ୟାଳୟର ମଞ୍ଜି ପୋତା ଯାଇଥିଲା। ଷାଠିଏ ଦଶକର ପ୍ରାରମ୍ଭରେ ଭୁବନେଶ୍ୱରରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଆଜି କେବଳ ଓଡ଼ିଶା ନୁହେଁ, ଭାରତ ବର୍ଷରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଉତ୍ସବରେ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ସ୍ବାଗତ ଭାଷଣ ଦେଇ ଉତ୍କଳ ବିଶ୍ୱବିଦ୍ୟାଳୟର ଆଭିମୁଖ୍ୟ
ଏବଂ ସଫଳତା ସମ୍ପର୍କରେ ଆଲୋକପାତ କରିଥିଲେ। କୁଳସଚିବ ଡ. କାହ୍ନୁଚରଣ ଧୀର ଦୀକ୍ଷାନ୍ତ ସମାରୋହ ଶୋଭାଯାତ୍ରାର ନେତୃତ୍ୱ ନେଇଥିଲେ। ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପ୍ରମୋଦ କୁମାର ମିଶ୍ର, ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରି ଲିମିଟେଡ ପରିଚାଳନା ନିର୍ଦ୍ଦେଶକ ସତୀଶ ପାଈଙ୍କୁ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରୀ ତଥା ଡି.ଲିଟ୍‌ ଉପାଧି ପ୍ରଦାନ କରାଯାଇଥିଲା। ସେହିପରି ଏହି ସମାବର୍ତ୍ତନ ଉତ୍ସବରେ ୧୬୬ଜଣଙ୍କୁ ପି.ଏଚଡି. ଡିଗ୍ରୀ ଏବଂ ୯୫ଜଣଙ୍କୁ ସ୍ବର୍ଣ୍ଣପଦକ ପ୍ରଦାନ କରାଯାଇଥିଲା। ଏହାସହିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମିଶାଇ ୧୦୬ଜଣଙ୍କୁ ପୁରସ୍କାର ଓ ଅର୍ଥରାଶି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri