ଚିପ୍ସ ପ୍ୟାକେଟ୍‌ରେ ଥିବା ପ୍ଲାଷ୍ଟିକ୍‌ ଖେଳନା ଖାଇ ଶିଶୁ ମୃତ୍ୟୁ ଘଟଣାର ହେବ ତଦନ୍ତ, ସ୍ବାସ୍ଥ୍ୟାଧିକାରୀ କହିଲେ…

ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମ ନିକଟ ମୂଷିମାହା ଗ୍ରାମରେ ଜଣେ ୪ ବର୍ଷର ଶିଶୁ ବିଗିଲ ପ୍ରଧାନଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟବିଭାଗର ଚିନ୍ତା ବଢ଼ିବା ସହ ବହୁ ପରିବାରର ଶିଶୁଙ୍କ ସ୍ବାସ୍ଥ୍ୟ କଥା ନେଇ ଚିନ୍ତା ବଢ଼ିଛି। ବର୍ତ୍ତମାନ ଏନେଇ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ ଚିନ୍ତା ପ୍ରକଟ କରିବା ସହ ସେ ବିଭାଗ ପକ୍ଷରୁ ଗାଁ ଗାଁରେ ଲୋକଙ୍କୁ ଏନେଇ ସଚେତନ କରାଇବୁ ବୋଲି କହିଛନ୍ତି। ସେ ଏହି ଘଟଣାର ସମ୍ପୂର୍ଣ୍ଣ ତଦନ୍ତ କରାଇବା ସହ ଲୋକଙ୍କୁ ହାତ ଧୋଇ ଖାଇବା ସହ ଏଭଳି ପ୍ୟାକେଟ ଖାଦ୍ୟରେ କୌଣସି ପ୍ଲାଷ୍ଟିକ କିମ୍ବା ଅନ୍ୟ କିଛି ସାମଗ୍ରୀ ରହିଥିଲେ ତାକୁ ନ ଖାଇବାକୁ ଲୋକଙ୍କୁ ପ୍ରବର୍ତ୍ତାଯିବ ବୋଲି କହିଛନ୍ତି। ଏଥିସହ ଲୋକଙ୍କୁ ସେ କ୍ଷୁଦ୍ର ଦାନା ଶସ୍ୟ ତଥା ମାଣ୍ଡିଆ, କାଙ୍ଗୁ, କୁଏରୀ, ପାଳୁଅ ଆଦିରେ ବ୍ୟଞ୍ଜନ କରି ଶିଶୁମାନଙ୍କୁ ଦେବାକୁ ପରାମର୍ଶ ଦେଇଛନ୍ତି।

ଏଥିସହ ଡାକ୍ତର ସାମନ୍ତରାୟ ଉଦ୍‌ବେଗ ପ୍ରକାଶ କରି କହିଛନ୍ତି, କେବଳ ଏହି ଘଟଣା ନୁହଁ ପୂର୍ବରୁ ମଧ୍ୟ ଅନେକ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁଛନ୍ତି। ଏଭଳି ଏକାଧିକ କମ୍ପାନୀର ମସଲା ଜାତୀୟ ଚିପ୍ସ ଓ ଅନ୍ୟାନ୍ୟ ପ୍ୟାକେଟ ସାମଗ୍ରୀ ଖାଇ ଅସୁସ୍ଥ ହେଉଛନ୍ତି। ଯେଉଁମାନେ ଏଭଳି ଅସୁସ୍ଥ ହେଉଛନ୍ତି ସେମାନେ ସଠିକ୍‌ ଭାବେ ଘର ଖାଦ୍ୟ ମଧ୍ୟ ଗ୍ରହଣ କରିପାରିବା ସମ୍ଭବ ହେଉନାହିଁ। ତେଣୁ ଆମେ ଏଭଳି ରୋଗୀଙ୍କୁ ଚିକିତ୍ସା କରିବା ସହ ମା’-ବାପାମାନଙ୍କୁ ବ୍ୟାପକ ସଚେତନ କରୁଥିବା ଡାକ୍ତର କହିଛନ୍ତି।

ସୂଚନାଯୋଗ୍ୟ, ମଙ୍ଗଳବାର ଉକ୍ତ ବ୍ଲକ ମୁସିମାହା ଗ୍ରାମର ୪ ବର୍ଷର ଶିଶୁ ବିଗିଲ ପ୍ରଧାନ ବାପା ଆଣିଥିବା ମସଲା ଜାତୀୟ ଚିପ୍ସ ପ୍ୟାକେଟ୍‌ ଭିତରେ ରହିଥିବା ଏକ ପ୍ଲାଷ୍ଟିକ ଖେଳନା ଖାଇ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକ ଶିଶୁଙ୍କ ତଣ୍ଟି ଭିତରୁ ଉକ୍ତ ଖେଳନା ବାହାର କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ବିଫଳ ହୋଇଥିଲେ। ପରେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଚେତ ଅବସ୍ଥାରେ ଆଣିଥିଲେ। ତେବେ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରୁଥିବା ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri