ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଶିଶୁଙ୍କ ଜୀବନ, ୫ ଗୁରୁତର

ନୂଆପଡ଼ା,୨୮ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ ଶନିବାର ବାଇକ୍‌ ଦୁର୍ଘଟଣାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି। ମଳିଥିବା ସୂଚନା ମୁତାବକ, କୋମନା ଥାନା ଜତଗଡ ପଞ୍ଚାୟତ ଗଡଗଡ ବାହଲି ଗାଁର ରାଇସିଂ ରଣା ନିଜ ଦୁଇ ପିଲାଙ୍କୁ ଧରି ସିଲଭା ଗାଁକୁ ରଥଯାତ୍ରା ଦେଖିବାକୁ ଯାଇଥିଲେ। ରଥଟଣା ସରିବା ପରେ ରାଇସିଂ ୨ ଶିଶୁ ପୁଅ ପୁର ଓ ଝିଅ ବର୍ଷାଙ୍କୁ ବାଇକ୍‌ରେ ଧରି ଗାଁକୁ ଫେରୁଥିଲେ। ଏହି ସମୟରେ ସିଲଭା କାଜୁ ବଗିଚାଠାରେ ଭାରସାମ୍ୟ ହରାଇ ଅନ୍ୟ ୩ ଜଣ ଚାଲି ଯାଉଥିବା ଲୋକ ଦେବ କୁମାର ରଣା, କ୍ଷୀର ରଣା ଓ ପରମାନନ୍ଦ ରଣାଙ୍କ ଉପରେ ବାଇକ୍‌ ମାଡ଼ିଯିବାରୁ ସେମାନେ ଗୁରୁତର ହୋଇଥିଲା।

ସ୍ଥାନୀୟ ଲୋକେ ସମସ୍ତ ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ନୂଆପଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ପୁର ରଣା (୩)ଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ଅନ୍ୟ ୫ ଜଣ ଚିକିତ୍ସିତ ହେଉଛନ୍ତି ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ରବିବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ସୂଚନା ଦେଇଛି l


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ

ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ଭବାନୀପାଟଣା-ତାସିଗୁଡ଼ା ଓଏସଆରଟିସି ବସ୍ ବନ୍ଦ: ଲାଭଜନକ ରୁଟ୍‌ରେ ସେବା ଠପ୍, ଆସନ୍ତା ଶନିବାର ସୁଦ୍ଧା…

ଥୁଆମୂଳ ରାମପୁର, ୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ଓ ଗୁଣପୁର ଦେଇ ତାସିଗୁଡ଼ା ପର୍ଯ୍ୟନ୍ତ ଚାଲୁଥିବା ସରକାରୀ (ଓଏସଆରଟିସି)…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri