ହାଇଓ୍ବା ଧକ୍କାରେ ଚାଲିଗଲା ଶିଶୁର ଜୀବନ

ହିଞ୍ଜିଳିକାଟୁ,୧୬ା୧(ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଶିକିରି ଗ୍ରାମ ହିଞ୍ଜିଳି- ତାରାତାରିଣୀ ରୋଡ୍‌ରେ ସୋମବାର ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ୫ ବର୍ଷ ଶିଶୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେ ହେଲେ ଶିକିରି ଗ୍ରାମ ପ୍ରମୋଦ ଦଳାଇଙ୍କ ପୁଅ ହିମାଂଶୁ। ଏହି ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ସୋମବାର ସକାଳୁ ସ୍କୁଲ ଯିବା ପାଇଁ ରାସ୍ତା ପାର ହେବା ସମୟରେ ଶିଶୁ ଉପରେ ବାଲି ବୋଝେଇ ଟ୍ରକ୍‌ଟି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଶିଶୁଟିର ମୃତ୍ୟୁ ଘଟିଛି। ଏଥିରେ ଉତ୍ତ୍ୟକ୍ତ ହୋଇ ଲୋକେ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦାବି କରି ହିଞ୍ଜିଳି-ତାରାତାରିଣୀ ରାସ୍ତା ଅବରୋଧ କରିଥିଲେ। ଗାଡ଼ି ଚାଳକଙ୍କୁ ମାରପିଟ କରିଥିଲେ। ଖବରପାଇ ହିଞ୍ଜିଳି ପୋଲିସ ପହଞ୍ଚି ଗାଡ଼ି ଚାଳକଙ୍କୁ ଗ୍ରାମବାସୀଙ୍କ କବଳରୁ ଉଦ୍ଧାର କରି ପୋଲିସ ଗାଡିରେ ଥାନାକୁ ଆଣିବା ନିମନ୍ତେ ଉଦ୍ୟମ ବେଳେ ଉତ୍ତ୍ୟକ୍ତ ଲୋକ ପୋଲିସ ଗାଡ଼ିକୁ ଅଟକ ରଖିଥିଲେ। ପରେ ଆସିକା ଏସ୍‌ଡିପିଓ ଉମାଶଙ୍କର ସିଂ, ହିଞ୍ଜିଳିକାଟୁ ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା, ହିଞ୍ଜିଳି ଥାନା ଆଇଆଇସି ଅଭିମନ୍ୟୁ ଦାସ, ପାଟପୁର ଥାନା ଆଇଆଇସି ସବ୍ୟସାଚୀ ମଲ୍ଲ, ଶେରଗଡ଼ ଥାନା ଆଇଆଇସି ମନୋଜ କୁମାର ପ୍ରଧାନ ଓ ସଶସ୍ତ୍ର ପୋଲିସ ବାହିନୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ରେଡକ୍ରସ ପକ୍ଷରୁ ୧ଲକ୍ଷ ଟଙ୍କା, ଦୁର୍ଘଟଣା ଗ୍ରସ୍ତ ଗାଡ଼ି ମାଲିକ ୧ଲକ୍ଷ ଟଙ୍କା ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବା ପରେ ରାସ୍ତାରୋକୋରୁ ଉଠିଥିଲେ। ଶିଶୁଙ୍କ ମୃତଦେହକୁ ବ୍ରହ୍ମପୁର ବଡ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଅନ୍ୟପଟେ, ଚାଳକଙ୍କୁ ପୋଲିସ ଥାନାରେ ଅଟକ ରଖିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri