ହାଇଓ୍ବା ଧକ୍କାରେ ଚାଲିଗଲା ଶିଶୁର ଜୀବନ

ହିଞ୍ଜିଳିକାଟୁ,୧୬ା୧(ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଶିକିରି ଗ୍ରାମ ହିଞ୍ଜିଳି- ତାରାତାରିଣୀ ରୋଡ୍‌ରେ ସୋମବାର ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ୫ ବର୍ଷ ଶିଶୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେ ହେଲେ ଶିକିରି ଗ୍ରାମ ପ୍ରମୋଦ ଦଳାଇଙ୍କ ପୁଅ ହିମାଂଶୁ। ଏହି ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ସୋମବାର ସକାଳୁ ସ୍କୁଲ ଯିବା ପାଇଁ ରାସ୍ତା ପାର ହେବା ସମୟରେ ଶିଶୁ ଉପରେ ବାଲି ବୋଝେଇ ଟ୍ରକ୍‌ଟି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଶିଶୁଟିର ମୃତ୍ୟୁ ଘଟିଛି। ଏଥିରେ ଉତ୍ତ୍ୟକ୍ତ ହୋଇ ଲୋକେ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦାବି କରି ହିଞ୍ଜିଳି-ତାରାତାରିଣୀ ରାସ୍ତା ଅବରୋଧ କରିଥିଲେ। ଗାଡ଼ି ଚାଳକଙ୍କୁ ମାରପିଟ କରିଥିଲେ। ଖବରପାଇ ହିଞ୍ଜିଳି ପୋଲିସ ପହଞ୍ଚି ଗାଡ଼ି ଚାଳକଙ୍କୁ ଗ୍ରାମବାସୀଙ୍କ କବଳରୁ ଉଦ୍ଧାର କରି ପୋଲିସ ଗାଡିରେ ଥାନାକୁ ଆଣିବା ନିମନ୍ତେ ଉଦ୍ୟମ ବେଳେ ଉତ୍ତ୍ୟକ୍ତ ଲୋକ ପୋଲିସ ଗାଡ଼ିକୁ ଅଟକ ରଖିଥିଲେ। ପରେ ଆସିକା ଏସ୍‌ଡିପିଓ ଉମାଶଙ୍କର ସିଂ, ହିଞ୍ଜିଳିକାଟୁ ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା, ହିଞ୍ଜିଳି ଥାନା ଆଇଆଇସି ଅଭିମନ୍ୟୁ ଦାସ, ପାଟପୁର ଥାନା ଆଇଆଇସି ସବ୍ୟସାଚୀ ମଲ୍ଲ, ଶେରଗଡ଼ ଥାନା ଆଇଆଇସି ମନୋଜ କୁମାର ପ୍ରଧାନ ଓ ସଶସ୍ତ୍ର ପୋଲିସ ବାହିନୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ରେଡକ୍ରସ ପକ୍ଷରୁ ୧ଲକ୍ଷ ଟଙ୍କା, ଦୁର୍ଘଟଣା ଗ୍ରସ୍ତ ଗାଡ଼ି ମାଲିକ ୧ଲକ୍ଷ ଟଙ୍କା ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବା ପରେ ରାସ୍ତାରୋକୋରୁ ଉଠିଥିଲେ। ଶିଶୁଙ୍କ ମୃତଦେହକୁ ବ୍ରହ୍ମପୁର ବଡ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଅନ୍ୟପଟେ, ଚାଳକଙ୍କୁ ପୋଲିସ ଥାନାରେ ଅଟକ ରଖିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri