କୂଅରେ ଛୁଆ: ସାରା ରାତି ତାଣ୍ଡବ ରଚିଲେ ହାତୀପଲ

ବାରିପଦା ଅଫିସ,୯।୧: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜର ସୁରେଇଡିହି ଗ୍ରାମ ନିକଟସ୍ଥ ଚାକୁଣ୍ଡାପଦା ଅଞ୍ଚଳରେ ଥିବା ଏକ କୂଅ ଭିତରୁ ହାତୀଛୁଆକୁ ଅଗ୍ନିଶମ ଓ ବନବିଭାଗ ଉଦ୍ଧାର କରିଛି ।
ସୂଚନା ଅନୁଯାୟୀ, ଶନିବାର ରାତିରେ ଚାକୁଣ୍ଡାପଦା ଗ୍ରାମର ଏକ ଉନ୍ମୁକ୍ତ କୂଅରେ ହାତୀଛୁଆ ପଡିଯିବାପରେ ରାତିତମାମ ହାତୀପଲ ଚାକୁଣ୍ଡାପଦା ଗାଁରେ ତଣ୍ଡବଲୀଳା ରଚିଥିଲେ। ଏହି ଅଞ୍ଚଳରେ ଏକ ୧୪ଟିକିଆ ହାତୀପଲ କିଛିଦିନଧରି ବିଚରଣ କରୁଥିବା ବେଳେ ସବୁଦିନଭଳି ଶନିବାର ମଧ୍ୟ୍ୟ ଖାଦ୍ୟ ଅନ୍ବେଷଣରେ ହାତୀପଲ ଚାକୁଣ୍ଡାପଦା ଗାଁରେ ପ୍ରବେଶ କରିଥିଲେ। ତେବେ ଗ୍ରାମର ଭୁଟା ପାତ୍ରଙ୍କ ଘର ନିକଟରେ ଥିବା ଏକ ଉନ୍ମୁକ୍ତ କୂଅରେ ୬ମାସର ହାତୀଛୁଆ ପଡିଯାଇଥିଲା । ଛୁଆକୁ ନପାଇ ହାତୀପଲ ଦୌରାତ୍ମ୍ୟ ବଢ଼ିଯାଇଥିଲା। ଘଟଣାସ୍ଥଳରେ ବନବିଭାଗ, ଅଗ୍ନିଶମ ବିଭାଗର ବାରିପଦା ଏବଂ ଚିତ୍ରଡାରୁ ଆସିଥିବା ଦୁଇଟି ଟିମ୍‌ ଉପସ୍ଥିତ ରହିଥିଲେ ସୁଦ୍ଧା ହାତୀପଲ କୂଅ ନିକଟକୁ ଯିବାକୁ ଦେଇ ନ ଥିଲେ । ପୁନଶ୍ଚ ହାତୀଛୁଆ କୂଅରେ ପଡିଯିବାପରେ ପୁରା ହାତୀପଲ ଉଗ୍ର ରୂପରେ ଗ୍ରାମର ଭୁଟା ପାତ୍ରଙ୍କ ଘର ସମେତ ଲକ୍ଷ୍ମଣ ମହାନ୍ତ, କାମେଶ୍ୱର ମହାନ୍ତ, ଦଶରଥ ମହାନ୍ତ, ନୀଳକଣ୍ଠ ପାତ୍ର, ଜନନୀ ପାତ୍ର ଏବଂ ବୈକୁଣ୍ଠ ପାତ୍ରଙ୍କ ଘର ଭାଙ୍ଗିବା ସହିତ ବ୍ୟାପକ କ୍ଷୟକ୍ଷତି ଘଟାଇଛନ୍ତି । ସେହିପରି ହାତୀଛୁଆକୁ ଉଦ୍ଧାର କରିବାକୁ ଯାଉଥିବା ବନବିଭାଗକୁ ହାତୀପଲ ଗୋଡ଼ାଇବା ସହିତ ବନବିଭାଗର ଗାଡିକୁ ଆକ୍ରମଣ କରି ରାସ୍ତା ତଳକୁ ଖସାଇ ଦେଇଛନ୍ତି । ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାବେଳେ ବନବିଭାଗ ଏବଂ ଅଗ୍ନିଶମ ବିଭାଗର  ୧୦ଘଣ୍ଟାର ଅପରେଶନ ପରେ ହାତୀ ଛୁଆଟିକୁ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ ଯୋଶୀ,ଏସିଏଫ ରବୀନ୍ଦ୍ର ନାଥ ମହାନ୍ତି, ରେଞ୍ଜର ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri