ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର, ଅପହରଣକାରୀ ଗିରଫ

ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ପୋଲିସ ଅପହରଣକାରୀଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି।

ସୂଚନା ଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ସାମ୍ନାରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟିବାଧିତ ମା’ଙ୍କ ପାଖରୁ ତାଙ୍କ ଦେଢ଼ବର୍ଷର ଶିଶୁପୁତ୍ରଙ୍କୁ ଚୋରି କରି ନିଆଯାଇଥିଲା। ପିଲାକୁ ହରାଇ ଭାଙ୍ଗିପଡ଼ିଥିବା ମା’ ଜୟନ୍ତୀ ମଲ୍ଲିକ ଏନେଇ ଖାରବେଳନଗର ଥାନାରେ ରବିବାର ଅଭିଯୋଗ କରିଥିଲେ। ପୋଲିସ ତାଙ୍କ ଏତଲାକୁ ଆଧାର କରି ଏକ ଅପହରଣଜନିତ ମାମଲା (ନଂ.୧୬୨/୨୦୨୫) ରୁଜୁ କରି ତଦନ୍ତ ତଦନ୍ତ ଆରମ୍ଭ କରିଥିଲା। ଜୟନ୍ତୀଙ୍କୁ ଦେଖାଯାଉ ନ ଥିବାରୁ ଅଭିଯୁକ୍ତ ଜଣକ ଏହାର ସୁଯୋଗ ନେଇ ଏହି କାଣ୍ଡ ଭିଆଇଥିଲେ।

ସୂଚନା ଅନୁଯାୟୀ, ଏତଲାକାରୀ ଜୟନ୍ତୀଙ୍କ ଦୁଇ ସନ୍ତାନ। ବଡ଼ଝିଅ ସାଇନ୍‌ ୭ ବର୍ଷ ହୋଇଥିବାବେଳେ ବର୍ଷେ ୭ ମାସର ହୋଇଥିବା ସାନପୁଅ ଶୁଭମକୁ ଅପହରଣ କରାଯାଇଥିଲା। ଜୟନ୍ତୀ ନିଳାଦ୍ରୀ ବିହାରସ୍ଥିତ ଏକ କନ୍ୟାଶ୍ରମରେ ରହୁଥିବା ବେଳେ ଗତ ୫ବର୍ଷ ହେବ ରାମମନ୍ଦିର ସାମ୍ନାରେ ଭିକ୍ଷାବୃତ୍ତି କରୁଛନ୍ତି। ଦିନରେ ଭିକ୍ଷାବୃତ୍ତି କରି ରାତିରେ କନ୍ୟାଶ୍ରମକୁ ଫେରିଯାଆନ୍ତି। ରବିବାର ରାତିରେ ବର୍ଷା ହେବାରୁ ଜୟନ୍ତୀ ଆଶ୍ରମକୁ ଫେରିପାରି ନ ଥିଲେ। ସେ ରାତିରେ ରାମମନ୍ଦିର ସାମ୍ନାରେ ରହିଯିବା ସହ ଦୁଇପିଲା ମଧ୍ୟ ତାଙ୍କ ପାଖରେ ଥିଲେ। ରାତି ପ୍ରାୟ ୧୨ଟା ବେଳେ ଜଣେ ବ୍ୟକ୍ତି ସେଠାକୁ ଆସି ସାନପୁଅ ସହ ଖେଳିଥିଲେ। ପୁଅକୁ କିଛି ଖାଦ୍ୟ ଦେବା ସହ ଜୁସ ମଧ୍ୟ ପିଇବାକୁ ଦେଇଥିଲେ। କୋଳକୁ ନେଇ ମୋବାଇଲ ଦେଖାଇଥିଲେ। ପିଲାଟି ମଧ୍ୟ ତାଙ୍କ ସହ ଖେଳିଥିଲା। ଏଭଳି ଦୁଇଘଣ୍ଟା ଧରି ଦୁର୍ବୃତ୍ତ ଜଣକ ପିଲା ସହ ହସିଖେଳି ସମୟ ବିତାଇଥିଲେ। ରାତି ପ୍ରାୟ ୨ଟା ବେଳେ ଜୟନ୍ତୀ ତାଙ୍କ ସାନପୁଅର ଡାକ ଶୁଣିବାକୁ ପାଇ ନ ଥିଲେ। ପରିବେଶ ଶୁନଶାନ ହୋଇଯିବାରୁ ଜୟନ୍ତୀ ସ୍ଥାନୀୟ ଲୋକଙ୍କୁ ଡାକ ପକାଇବା ସହ ପୋଲିସର ସାହାଯ୍ୟ ଲୋଡିଥିଲେ। ପୋଲିସ ଘଟଣାର ତଦନ୍ତ କରି ଶିଶୁପୁତ୍ରଙ୍କୁ ବାଲେଶ୍ୱରରୁ ଉଦ୍ଧାର କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri