ଟମକା-ମଙ୍ଗଳପୁର ରାସ୍ତା କାର୍ଯ୍ୟରେ ଶିଶୁ ଶ୍ରମିକ

କାଳିଆପାଣି,୧୧ା୫(ଡି.ଏନ.ଏ.): ଟମକା-ମଙ୍ଗଳପୁର କଂକ୍ରିଟ ରାସ୍ତା ନିର୍ମାଣ ଚାଲିଛି। ମାତ୍ର ଏହି କାର୍ଯ୍ୟରେ ଶିଶୁ ଶ୍ରମିକ ନିୟୋଜିତ ହୋଇଥିବା ଅଭିଯୋଗ ହୋଇଛି। ଟମକା-ମଙ୍ଗଳପୁର ରାସ୍ତାର ସୁକିନ୍ଦା ବ୍ଲକ ଅନ୍ତର୍ଗତ ବେଦାନ୍ତ ଫେକର-କଲରଙ୍ଗୀ ଖଣି ଗେଟ୍‌ ସମ୍ମୁଖରୁ ଟାଟା ପାଚେରି ପର୍ଯ୍ୟନ୍ତ ଜଣେ ଠିକାଦାର ବିନା ଟେଣ୍ଡରରେ ଓ ବିନା ସୂଚନା ଫଳକରେ କଂକ୍ରିଟ ରାସ୍ତା ନିର୍ମାଣ କରୁଛନ୍ତି। ସମ୍ପୃକ୍ତ ଠିକାଦାର ରାସ୍ତାର ଆନୁଷଙ୍ଗିକ କାର୍ଯ୍ୟ ପାଇଁ ସ୍ଥାନୀୟ ଅଞ୍ଚଳରେ ଥିବା ମାଙ୍କେଡିଆ ସମ୍ପ୍ରଦାୟ ପିଲାଙ୍କୁ କମ ମଜୁରି ଦେଇ ଖରାରେ କାମ କରାଉଛନ୍ତି। ହେଲେ ଏହି ଠିକାଦାରଙ୍କ ପ୍ରତି ବିଭାଗୀୟ ଅଧିକାରୀଙ୍କ ନଜର ପଡୁଛି କି ନାହିଁ ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ସୁକିନ୍ଦା ଖଣି ଅଞ୍ଚଳରେ ଲୋକେ କାର୍ଯ୍ୟହରା ହୋଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବାବେଳେ ଅଭାବ ଅନଟନରେ ଥିବା କୋମଳମତି ଶିଶୁ ଶ୍ରମିକ ହୋଇ ପେଟର ଭୋକ ଉପଶମ କରିବାକୁ ବାଧ୍ୟ ହେଉଛନ୍ତି। ବାପାମା’ ଦାଦନ ଖଟିବାକୁ ବାହାରକୁ ଯାଇଥିବାରୁ ଶିଶୁମାନେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେଉଛନ୍ତି। ପ୍ରତିଦିନ ଖବରକାଗଜରେ ରତ୍ନଗର୍ଭା ସୁକିନ୍ଦାର ବିଭିନ୍ନ ଗ୍ରାମରେ ଲୋକେ ଭୋକଉପାସରେ ଦିନ କାଟୁଥିବା ଖବର ପ୍ରକାଶ ପାଉଛି। ତେବେ ଶିଶୁଙ୍କୁ ଶ୍ରମିକ ଭାବେ କାର୍ଯ୍ୟ କରାଇବା ଅପରାଧ ହୋଇଥିବାବେଳେ ତାହାକୁ ପ୍ରାୟ ଦେଉଥିବା ଲୋକେ ମଧ୍ୟ ଅପରାଧୀ ଶ୍ରେଣୀରେ ଗଣତି ହେବେ। ଶିଶୁ ଶ୍ରମିକଙ୍କୁ କାର୍ଯ୍ୟରେ ଲଗାଉଥିବା ବ୍ୟକ୍ତିଙ୍କୁ ଜେଲ ଦଣ୍ଡ ଓ ଜରିମାନା ଦେବାର ମଧ୍ୟ ସରକାରୀ ନିୟମରେ ପ୍ରାବଧାନ ରହିଛି। ହେଲେ କିଛି ସ୍ବାର୍ଥନ୍ବେସୀ ଲୋକ ଭୋକ ଉପାସରେ ଦିନ କାଟୁଥିବା ଶିଶୁଙ୍କ ଅସହାୟତାରୁ ଫାଇଦା ନେଉଛନ୍ତି। ଏହି ରାସ୍ତା କାର୍ଯ୍ୟରେ ଶିଶୁ ଶ୍ରମିକ ନିୟୋଜିତ କରି ଠିକାଦାର ବେଧଡ଼କ କାର୍ଯ୍ୟ କରୁଥିବାବେଳେ ଶିଶୁ ସୁରକ୍ଷା ୟୁନିଟ ନୀରବରେ ଦେଖିବା ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ସୃଷ୍ଟି କରିଛି। ତେଣୁ ତୁରନ୍ତ ପ୍ରଶାସନ ଠିକାଦାରଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ନିକଟରେ କୌଣସି ଖବର ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri