ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ ଶୁକ୍ରବାର ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଗଞ୍ଜାମ ଜିଲାର ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ନାୟକ ଓ ସୁନୀଲ କୁମାର କେର୍କଟା ସବୁଜ ପତାକା ଦେଖାଇ ଶୁଭାରମ୍ଭ କରଛନ୍ତି । ଏହି ଅବସରରେ ଛତ୍ରପୁର ଶ୍ରମ ଅଧିକାରୀଣୀ ବର୍ଷାରାଣୀ ଜେନା , ବ୍ରହ୍ମପୁର ଶ୍ରମ ଅଧିକାରିଣୀ ଶୁଭଲକ୍ଷ୍ମୀ ବେହେରା, ଛତ୍ରପୁର ଶ୍ରମ କାର୍ଯ୍ୟାଳୟର ଅତିରିକ୍ତ ଶ୍ରମ ଅଧିକାରୀ ସୋମନାଥ ପାତ୍ର ଓ ପ୍ରଭାସିନୀ ସ୍ବାଇଁଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ। ଏହି ରଥ ଜିଲାର ସମସ୍ତ ଅଞ୍ଚଳ ବୁଲି ଶିଶୁ ଶ୍ରମିକ ନିରାକରଣ ଉପରେ ସଚେତନ କରିବ। ୧୪ ବର୍ଷରୁ କମ୍‌ ବୟସର ଶିଶୁଙ୍କୁ ଯେଉଁ କୌଣସି କାମରେ ନିୟୋଜିତ କରିବା ଏକ ଦଣ୍ଡନୀୟ ଅପରାଧ l ସେହିଭଳି ୧୫ ରୁ ୧୮ ବୟସ୍କ କିଶୋରଙ୍କୁ ବିପଦସଂକୁଳ କାମରେ ନିୟୋଜନକୁ ମଧ୍ୟ ବାରଣ କରାଯାଇଛି । ଏପରି କାମ କରାଉଥିବା ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଯାଏ ଜୋରିମନା କିମ୍ବା ୨ ବର୍ଷ ଯାଏ କାରାଦଣ୍ଡରେ ଦଣ୍ଡିତ କରାଯିବାର ଆଇନଗତ ବ୍ୟବସ୍ଥା ରହିଛି । ଏପରିକି ଉଭୟ ଜେଲ ଦଣ୍ଡ ଓ ଜୋରିମନା ମଧ୍ୟ ହୋଇପାରେ । ଏପରି ଭୁଲ ଦ୍ୱତୀୟ ଥର ହେଲେ ୩ ବର୍ଷ ଯାଏ କାରାଦଣ୍ଡ ମଧ୍ୟ ହୋଇପାରେ। ଶିଶୁ ଶ୍ରମିକ ସହାୟତା କେନ୍ଦ୍ର ୧୮୦୦-୩୪୫୬୭୦୩ଓ ଚାଇଲ୍ଡ ଲାଇନ ୧୦୯୮ନମ୍ବରକୁ ସୂଚନା କରିବା ପାଇଁ ସଚେତନ କରାଯାଉଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ, କୁମିଆ ପାଲିରେ ଆରମ୍ଭ ହେଲା ସର୍ଭେ

ବଲାଙ୍ଗୀର,୨୮।୭ ( ସୁନିଲ କୁମାର ମହାନ୍ତି) : ଲଗାଣ ବର୍ଷା ଯୋଗୁ ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା ବଲାଙ୍ଗୀର ଜିଲା କୁମିଆପାଲି ଗାଁରେ ରବିବାର ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri