ଥମୁନି ଦାଦନ ଦୁଃଖ: ବିଶାଖାପାଟଣାରେ ନାବାଳକ ଶ୍ରମିକଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅଧୀନ ମାଳିଯୁବାଙ୍ଗ ପଞ୍ଚାୟତର କେନ୍ଦୁପେଟ ଗାଁର ନାବାଳକ ରଘୁ ମାଝୀ(୧୭) ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲାକୁ ଦାଦନ ଖଟିବାକୁ ଯାଇଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ରଘୁ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲା ଅନକାପାଲି ଥାନା ଅନ୍ତର୍ଗତ ଜବାହାରଲାଲ ନେହେରୁ ଫର୍ମାଷ୍ଟିକ ନାମକ ଏକ କମ୍ପାନୀକୁ ଗାଁ ପିଲାଙ୍କ ସହିତ ମିଶି କାମ କରିବା ପାଇଁ ଯାଇଥିଲେ।

ହେଲେ ଶୁକ୍ରବାର ସାରେ କମ୍ପାନୀରେ କାମ କରୁଥିବା ସମୟରେ ରଘୁଙ୍କ ମୁଣ୍ଡ ବୁଲାଇ ବାନ୍ତି ହୋଇଥିଲା। ଫଳରେ ରାତିରେ ସେ ରହୁଥିବା ରୁମକୁ ଚାଲିଆସିଥିଲେ। ସେଠାରେ ସେ ଗୁରୁତର ହୋଇଥିବା ବେଳେ ଖବର ପାଇ ରଘୁଙ୍କ ସୁପରଭାଇଜର ରାମକ୍ରୀଷ୍ଣା ଓ ଗାଁ ପିଲା ତାଙ୍କୁ ଅଣକାପାଲି ସରକାରୀ ଡାକ୍ତରଖାନାକୁ ଆଣିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଗାଁ ପିଲା ରଘୁଙ୍କ ବାପା ସାନ ମାଝୀଙ୍କୁ ଜଣାଇବା ପରେ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି।

ରଘୁଙ୍କ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ପରିବାର ଲୋକେ ମୃତଦେହ ଆଣିବାକୁ ଅସମର୍ଥ ହୋଇ ପଡିଛନ୍ତି। ପରିବାର ଲୋକେ କ୍ଷତିପୂରଣ ଦାବି କରି ମୃତଦେହ ଗାଁକୁ ଫେରାଇ ଆଣିବାକୁ ନିବେଦନ କରିଛନ୍ତି। ଏନେଇ ପରିବାର ଲୋକେ ଥାନାରେ ଏକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri