Posted inଜାତୀୟ

ବାଲ୍ୟ ବିବାହ ବିଲ୍‌, ଗେହଲଟ୍‌ ସରକାରଙ୍କ ୟୁଟର୍ନ…

ଜୟପୁର,୧୨।୧୦: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଗେହଲଟ୍‌ଙ୍କ ସରକାର ବାଲ୍ୟ ବିବାହ ରେଜିଷ୍ଟ୍ରେଶନ ବିଲ୍‌ ନେଇ ୟୁଟର୍ନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୌଣସି ସ୍ଥଳେ ବାଲ୍ୟ ବିବାହକୁ ପ୍ରଶୟ ଦିଆଯିବ ନାହିଁ। ରାଜ୍ୟ ସରକାର ଏନେଇ ସଂକଳ୍ପ ଗ୍ରହଣ କରିଛନ୍ତି। ରାଜ୍ୟ ସରକାର ‘ରାଜସ୍ଥାନ ଅନିବାର୍ଯ୍ୟ ବିବାହ ପଞ୍ଜିକରଣ ସଂଶୋଧନ ବିଧେୟକ-୨୦୨୧ର ପୁନର୍ବିଚାର ପାଇଁ ରାଜ୍ୟପାଳଙ୍କୁ ଅନୁରୋଧ କରିବେ ବୋଲି ଗେହଲଟ୍‌ କହିଛନ୍ତି।

ଏହାର ଅନୁଧ୍ୟାନ ଲାଗି ଆଇନ ବିଶେଷଜ୍ଞଙ୍କୁ ପ୍ରଦାନ କରାଯିବ। ସେମାନଙ୍କ ପରାମର୍ଶ ଆଧାରରେ ବିଧେୟକ ନେଇ ପରବର୍ତ୍ତୀ ନିଷ୍ପତ୍ତି ଗ୍ରହଣ କରାଯିବ।

ଅନ୍ତର୍ଜାତୀୟ ବାଳିକା ଦିବସ ଅବସରରେ ଗେହଲଟ ‘ନହ୍ନେ ହାତ କଲମ କେ ସାଥ୍‌’ ଅଭିଯାନ ଅନ୍ତର୍ଗତ ‘ହୌସେଲେ କା ଉଡ଼ାଣ’ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି ଯେ, ଏହି ବିବାହ ରେଜିଷ୍ଟ୍ରେଶନ ବିଲ୍‌ ଦ୍ୱାରା ବାଲ୍ୟ ବିବାହକୁ ପ୍ରୋତ୍ସାହନ ମିଳିବ ବୋଲି ଦେଶବ୍ୟାପୀ ବିବାଦ ହୋଇଛି। ତେବେ ଏହାକୁ ଆମେ ଫେରସ୍ତ କରିବାର ନିଷ୍ପତ୍ତି ଗ୍ରହଣ କରିଛୁ।

ଅନିବାର୍ଯ୍ୟ ବିବାହ ପଞ୍ଜିକରଣ ସୁପ୍ରିମ୍‌କୋର୍ଟଙ୍କ ନିଷ୍ପତ୍ତି ଥିଲା। ଏହି ଅଧାର ଉପରେ ରାଜ୍ୟରେ ସଂଶୋଧିତ ଆଇନକୁ ପ୍ରସ୍ତୁତ କରାଯାଇଥିଲା। ତେବେ ଏହାକୁ ନେଇ ବାଲ୍ୟ ବିବାହକୁ ସମର୍ଥନ କରାଯାଉଥିବାରୁ ଏକ ଭୁଲ୍‌ ଧାରଣା ସୃଷ୍ଟି ହୋଇଛି। ତେଣୁ ରାଜ୍ୟପାଳଙ୍କୁ ଏହି ବିଲ୍‌ ଫେରାଇ ଦେବାକୁ ରାଜ୍ୟ ସରକାର ଅନୁରୋଧ କରିବେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri