ବାଲ୍ୟବିବାହ ମୁକ୍ତ ଗଞ୍ଜାମ ଘୋଷଣାରେ ସୀମିତ

ଛତ୍ରପୁର,୨୧।୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲାକୁ ପ୍ରଶାସନ ଚଳିତବର୍ଷ ଜାନୁୟାରୀ ୩ ତାରିଖରେ ବାଲ୍ୟବିବାହ ମୁକ୍ତ ଜିଲା ଭାବେ ଘୋଷଣା କରିଥିଲା। ଏପରିକି ବାଲ୍ୟ ବିବାହ ସମ୍ପର୍କରେ ସୂଚନା ଦେଲେ ସୂଚନାଦାତାକୁ ୫୦ ହଜାର ଟଙ୍କାର ପୁରସ୍କାର ଦିଆଯିବା ନେଇ ତକତ୍ାଳୀନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଘୋଷଣା କରିଥିଲେ ା ଏପଟେ ଚଳିତବର୍ଷ ଗତ ୮ ମାସ ମଧ୍ୟରେ ୨୭୫ ବାଲ୍ୟ ବିବାହ ରୋକାଯାଇଛି ା ଯାହାକି ଗତ ୬ ବର୍ଷ ମଧ୍ୟରେ ସର୍ବାଧିକ ା ଏହି ତଥ୍ୟକୁ ଦେଖିଲେ ବାଲ୍ୟବିବାହ ଜିଲା ଘୋଷଣା କେବଳ କାଗଜକଲମରେ ବୋଲି ସ୍ପଷ୍ଟ ଜଣାପଡୁଛି ା ଜିଲାରେ ଏବେ ବି କେଉଁଠି ନା କେଉଁଠି ବାଲ୍ୟ ବିବାହ ହେଉଛି ା ଏହାକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏଥିରେ ସଫଳତା ମିଳୁଥିଲେ ମଧ୍ୟ ଜିଲା ସମ୍ପୂର୍ଣ୍ଣ ବାଲ୍ୟ ବିବାହ ମୁକ୍ତ ହୋଇପାରିନି ା
ରାଜ୍ୟରେ ସର୍ବାଧିକ ଗଞ୍ଜାମ ଜିଲାରେ ବାଲ୍ୟ ବିବାହ ହୋଇଆସୁଛି ା ଯେଉଁ ଅଞ୍ଚଳରେ ବିବାହ ହେଲେ ଅଙ୍ଗନୱାଡିକର୍ମୀଙ୍କ ଦ୍ୱାରା ବର କନ୍ୟାଙ୍କ ଆଧାରକାର୍ଡ ଯାଞ୍ଚ କରାଯିବାକୁ କୁହାଯାଇଥିଲା ା ଏହା ଠିକ୍‌ ଭାବେ ହେଉ ନ ଥିବା ଜଣାଯାଇଛି ା ଗତ ୬ ବର୍ଷ ମଧ୍ୟରେ ଜିଲାରେ ୭୯୫ଟି ବାଲ୍ୟ ବିବାହକୁ ପ୍ରଶାସନ ପକ୍ଷରୁ ରୋକା ଯାଇପାରିଥିବା ଏକ ସମୀକ୍ଷା ବୈଠକରୁ ସୂଚନା ମିଳିଛି ା ତେବେ ଚଳିତବର୍ଷ ସର୍ବାଧିକ ୨୭୫ ବାଲ୍ୟ ବିବାହ ରୋକାଯାଇଥିବାରୁ ଚିନ୍ତାର ବିଷୟ ହୋଇଛି ା ଏଣିକି କୌଣସି ସ୍କୁଲରେ ନାବାଳିକା ଛାତ୍ରୀ ଲଗାତାର ଭାବେ ୫ ଦିନ ଅନୁପସ୍ଥିତ ରୁହନ୍ତି ଶିକ୍ଷକମାନେ ତାହାର କାରଣ ଯାଞ୍ଚ କରିବେ। ସେହିପରି ଅଙ୍ଗନୱାଡି କର୍ମୀ ଓ ଆଶା କର୍ମୀ ମଧ୍ୟ ସେମାନଙ୍କ ଅଞ୍ଚଳରେ ବାଲ୍ୟ ବିବାହ ହେଉଥିଲେ ସିଡିପିଓଙ୍କୁ ଜଣାଇବାକୁ କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?