Posted inଜାତୀୟ

ଓଡ଼ିଶାରେ ବଢ଼ିଛି ବାଲ୍ୟବିବାହ

ନୂଆଦିଲ୍ଲୀ, ୪ା୪: ମହିଳା ସଶକ୍ତୀକରଣ ଲାଗି ‘ବେଟି ବଚାଓ-ବେଟି ପଢ଼ାଓ’ ଏବଂ ଅନ୍ୟାନ୍ୟ ଯୋଜନା ସତ୍ତ୍ୱେ ବାଲ୍ୟ ବିବାହ ଓଡ଼ିଶା ସମେତ ଦେଶର ବିଭିନ୍ନ ଭାଗରେ ଏବେ ବି ସାମାଜିକ ବ୍ୟାଧି ଭାବେ ରହିଆସିଛି। ଗତ ୫ ବର୍ଷ ମଧ୍ୟରେ ଦେଶରେ ବାଲ୍ୟବିବାହର ବର୍ଦ୍ଧିତ ଧାରା ଜାରି ରହିଥିବା ସରକାରୀ ତଥ୍ୟରୁ ଜଣାପଡ଼ିଛି। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଲୋକ ସଭାରେ ଉପସ୍ଥାପନ କରିଥିବା ତଥ୍ୟ ଅନୁଯାୟୀ, ଓଡ଼ିଶାରେ ୨୦୧୭ରେ ୧୭ଟି ବାଲ୍ୟବିବାହ ହୋଇଥିବାବେଳେ ୨୦୨୧ରେ ତାହା ୬୪କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ୫ ବର୍ଷରେ ବାଲ୍ୟ ବିବାହ ୩ ଗୁଣରୁ ଅଧିକ ବଢ଼ିଛି। ଜାତୀୟ ସ୍ତରରେ ୨୦୧୭ରେ ବାଲ୍ୟ ବିବାହ ସଂଖ୍ୟା ୩୯୫ ଥିବାବେଳେ ୨୦୨୧ରେ ତାହା ୧,୦୫୦ରେ ପହଞ୍ଚତ୍ଛି। ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଥିବାରୁ ବାଲ୍ୟବିବାହ ସମ୍ପର୍କରେ ଅଧିକ ରିପୋର୍ଟ ହୋଇଥାଇପାରେ ବୋଲି ମନ୍ତ୍ରଣାଳୟ କହିଛି। ଏହା ବ୍ୟତୀତ ସରକାରଙ୍କ ବିଭିନ୍ନ ପ୍ରୋତ୍ସାହନ ଏବଂ ରାଜ୍ୟରେ ଆଇନର ଉତ୍ତମ କାର୍ଯ୍ୟକାରିତା ଯୋଗୁ ବାଲ୍ୟବିବାହ ସମ୍ପର୍କରେ ଅଧିକ ଅଭିଯୋଗ ମିଳିପାରୁଛି। ବାଲ୍ୟବିବାହ ନିରାକରଣ ଆଇନ, ୨୦୦୬ କାର୍ଯ୍ୟକାରୀ ହେବା ପରେ ଏହା କିଛି ପରିମାଣରେ ହ୍ରାସ ପାଇଥିଲା। ୨୦୦୬ରେ ବାଲ୍ୟବିବାହ ପ୍ରସାର ୪୭ ପ୍ରତିଶତରୁ ୨୦୧୯-୨୧ ବେଳକୁ ୨୩.୩ ପ୍ରତିଶତକୁ ହ୍ରାସ ପାଇଥିଲା। ତେବେ ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ଆସାମ, ବିହାର, ଝାଡ଼ଖଣ୍ଡ, ରାଜସ୍ଥାନ, ତ୍ରିପୁରା ଏବଂ ପଶ୍ଚିମବଙ୍ଗରେ ଏହି ହାର ଜାତୀୟ ହାରଠାରୁ ଅଧିକ ରହିଛି। ପୁଅଙ୍କ ସହ ଝିଅମାନଙ୍କ ବିବାହ ବୟସ ୨୧କୁ ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାର ୨୦୨୧ରେ ବିଲ୍‌ ଆଣିଥିଲେ। ଏହା ବିଭାଗୀୟ ସଂସଦୀୟ କମିଟିର ବିଚାରାଧୀନ ରହିଛି। ବିଜେଡି ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରଣାଳୟ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ଉକ୍ତ ତଥ୍ୟ ଉପସ୍ଥାପନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ-ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri