Posted inଜାତୀୟ

ଓଡ଼ିଶାରେ ବଢ଼ିଛି ବାଲ୍ୟବିବାହ

ନୂଆଦିଲ୍ଲୀ, ୪ା୪: ମହିଳା ସଶକ୍ତୀକରଣ ଲାଗି ‘ବେଟି ବଚାଓ-ବେଟି ପଢ଼ାଓ’ ଏବଂ ଅନ୍ୟାନ୍ୟ ଯୋଜନା ସତ୍ତ୍ୱେ ବାଲ୍ୟ ବିବାହ ଓଡ଼ିଶା ସମେତ ଦେଶର ବିଭିନ୍ନ ଭାଗରେ ଏବେ ବି ସାମାଜିକ ବ୍ୟାଧି ଭାବେ ରହିଆସିଛି। ଗତ ୫ ବର୍ଷ ମଧ୍ୟରେ ଦେଶରେ ବାଲ୍ୟବିବାହର ବର୍ଦ୍ଧିତ ଧାରା ଜାରି ରହିଥିବା ସରକାରୀ ତଥ୍ୟରୁ ଜଣାପଡ଼ିଛି। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଲୋକ ସଭାରେ ଉପସ୍ଥାପନ କରିଥିବା ତଥ୍ୟ ଅନୁଯାୟୀ, ଓଡ଼ିଶାରେ ୨୦୧୭ରେ ୧୭ଟି ବାଲ୍ୟବିବାହ ହୋଇଥିବାବେଳେ ୨୦୨୧ରେ ତାହା ୬୪କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ୫ ବର୍ଷରେ ବାଲ୍ୟ ବିବାହ ୩ ଗୁଣରୁ ଅଧିକ ବଢ଼ିଛି। ଜାତୀୟ ସ୍ତରରେ ୨୦୧୭ରେ ବାଲ୍ୟ ବିବାହ ସଂଖ୍ୟା ୩୯୫ ଥିବାବେଳେ ୨୦୨୧ରେ ତାହା ୧,୦୫୦ରେ ପହଞ୍ଚତ୍ଛି। ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଥିବାରୁ ବାଲ୍ୟବିବାହ ସମ୍ପର୍କରେ ଅଧିକ ରିପୋର୍ଟ ହୋଇଥାଇପାରେ ବୋଲି ମନ୍ତ୍ରଣାଳୟ କହିଛି। ଏହା ବ୍ୟତୀତ ସରକାରଙ୍କ ବିଭିନ୍ନ ପ୍ରୋତ୍ସାହନ ଏବଂ ରାଜ୍ୟରେ ଆଇନର ଉତ୍ତମ କାର୍ଯ୍ୟକାରିତା ଯୋଗୁ ବାଲ୍ୟବିବାହ ସମ୍ପର୍କରେ ଅଧିକ ଅଭିଯୋଗ ମିଳିପାରୁଛି। ବାଲ୍ୟବିବାହ ନିରାକରଣ ଆଇନ, ୨୦୦୬ କାର୍ଯ୍ୟକାରୀ ହେବା ପରେ ଏହା କିଛି ପରିମାଣରେ ହ୍ରାସ ପାଇଥିଲା। ୨୦୦୬ରେ ବାଲ୍ୟବିବାହ ପ୍ରସାର ୪୭ ପ୍ରତିଶତରୁ ୨୦୧୯-୨୧ ବେଳକୁ ୨୩.୩ ପ୍ରତିଶତକୁ ହ୍ରାସ ପାଇଥିଲା। ତେବେ ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ଆସାମ, ବିହାର, ଝାଡ଼ଖଣ୍ଡ, ରାଜସ୍ଥାନ, ତ୍ରିପୁରା ଏବଂ ପଶ୍ଚିମବଙ୍ଗରେ ଏହି ହାର ଜାତୀୟ ହାରଠାରୁ ଅଧିକ ରହିଛି। ପୁଅଙ୍କ ସହ ଝିଅମାନଙ୍କ ବିବାହ ବୟସ ୨୧କୁ ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାର ୨୦୨୧ରେ ବିଲ୍‌ ଆଣିଥିଲେ। ଏହା ବିଭାଗୀୟ ସଂସଦୀୟ କମିଟିର ବିଚାରାଧୀନ ରହିଛି। ବିଜେଡି ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରଣାଳୟ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ଉକ୍ତ ତଥ୍ୟ ଉପସ୍ଥାପନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri