ନାବାଳକ ବିବାହ ଦଣ୍ଡନୀୟ ଅପରାଧ: ଶିକ୍ଷା-ସ୍ବାସ୍ଥ୍ୟ ଉପରେ ପକାଇଥାଏ କୁପ୍ରଭାବ; ଆଇନ ସଚେତନତା କାର୍ଯ୍ୟକ୍ରମରେ…

ଭଞ୍ଜନଗର,୧୩।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ (ବ୍ରହ୍ମପୁର) ସହଯୋଗରେ ଭଞ୍ଜନଗର ତାଲୁକ ଆଇନ ସେବା ସମିତି ପକ୍ଷରୁ ମଙ୍ଗଳବାର ସା ୪ ଟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ନାଲସା ଆଶା ଯୋଜନା୨୦୨୫ ଅଧୀନରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ଅତିରିକ୍ତ ଜିଲା ଦୌରାଜଜ ନ୍ୟାୟାଧୀଶ ଶେଖ ମହମ୍ମଦ କଏସ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲା ଆଇନ ସେବା ପ୍ରାଧୀକରଣ ସେକ୍ରେଟାରୀ ବ୍ୟୋମକେଶ ନାୟକ, ସିନିୟର ସିଭିଲ ଜଜ ଦେବାଶିଷ ବିଶୋଇ, ଉପ-ବିଭାଗୀୟ ନ୍ୟାୟିକ ମ୍ୟାଜିଷ୍ଟ୍ରେଟ ସୌମ୍ୟରଞ୍ଜନ ପୃଷ୍ଟି, ନ୍ୟାୟିକ ମ୍ୟାଜିଷ୍ଟ୍ରେଟ ପ୍ରଥମ ଶ୍ରେଣୀ ଭିୟେନା ନାୟକ, ଅତିରିକ୍ତ ଉପ-ଜିଲ୍ଲାପାଳ ପ୍ରଧାନ ଟୁଲିଆମା ପ୍ରମୁଖ ଯୋଗଦେଇ ଆଇନ ଉପରେ କହିଥିଲେ।

କାର୍ଯ୍ୟକ୍ରମରେ ଶିଶୁ ବିବାହ ନିଷେଧ ଆଇନ ସମ୍ପର୍କରେ ବିଶେଷ ଆଲୋଚନା କରାଯାଇ ଶିଶୁ ବିବାହ ଏକ ଦଣ୍ଡନୀୟ ଅପରାଧ ବୋଲି ବକ୍ତାମାନେ କହିଥିଲେ। ୧୮ ବର୍ଷରୁ କମ ବୟସର ଝିଅ ଓ ୨୧ ବର୍ଷରୁ କମ ବୟସର ପୁଅଙ୍କ ବିବାହ ଆଇନତଃ ଅପରାଧ ଏବଂ ଏଥିରେ ସମ୍ପୃକ୍ତ ବ୍ୟକ୍ତିମାନେ କାରାଦଣ୍ଡ ଓ ଅର୍ଥଦଣ୍ଡର ଶିକାର ହୋଇପାରନ୍ତି। ଶିଶୁ ବିବାହ ଶିଶୁମାନଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଓ ଭବିଷ୍ୟତ ଉପରେ ଗୁରୁତର କୁପ୍ରଭାବ ପକାଏ । ତେଣୁ ଏଥିପ୍ରତି ସଚେତନ ହେବାକୁ ବକ୍ତାମାନେ ମତବ୍ୟକ୍ତ କରିଥିଲେ।

ଆଇନ ସହାୟତା ସମିତି ସଦସ୍ୟ ଡ଼. ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ, ସଭ୍ୟା ଅଳକା ମଞ୍ଜରୀ ପଟ୍ଟନାୟକ ମାଗଣା ଆଇନ ସହାୟତା, ମହିଳା ଓ ଶିଶୁ ଅଧିକାର, ଏବଂ ଶିଶୁ ବିବାହ ରୋକିବା ପାଇଁ ସମାଜର ସମସ୍ତଙ୍କ ସହଯୋଗର ଆବଶ୍ୟକତା ଉପରେ ଜୋର ଦେଇଥିଲେ। ଏଥିସହ ବକ୍ତାମାନେ କହିଥିଲେ ଯେ ଏହି ପ୍ରକାର ଆଇନ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ଶିଶୁ ବିବାହ ଭଳି ସାମାଜିକ କୁପ୍ରଥାକୁ ରୋକିବା ସହ ସାଧାରଣ ଲୋକଙ୍କ ମଧ୍ୟରେ ଆଇନ ସମ୍ପର୍କରେ ସଚେତନତା
ବୃଦ୍ଧି ପାଇବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

ଧରିତ୍ରୀରେ ଖବର ପ୍ରକାଶ ପରେ ତତ୍ପରତା, ବେଙ୍ଗାଲୁରୁରୁ ଆସିଲା ମଞ୍ଜୁଳାଙ୍କ ମରଶରୀର 

ଗୁଣୁପୁର, ୩।୩(ସଂକେତ ପାତ୍ର): ଗତ ଫେବୃଆରୀ ୨୫ ତାରିଖରେ ବେଙ୍ଗାଲୁରୁରେ ଗୁଣୁପୁର ନିକଟସ୍ଥ ରେଜିଂତାଲ ଗ୍ରାମର ଇସ୍ତିପାନ ଗମାଙ୍ଗଙ୍କ ଝିଅ ମଞ୍ଜୁଳା ଗମାଙ୍ଗଙ୍କ ମୃତ୍ୟୁ ଘଟିଥିଲା। ଏନେଇ…

ନିଖୋଜ ହୋଇଯାଇଥିଲେ ୨୦ ବର୍ଷୀୟା ଯୁବତୀ, ଉଦ୍ଧାର କରି ମା’ଙ୍କୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଞ୍ଚଳର ଜଣେ ୨୦ ବର୍ଷୀୟା ଯୁବତୀ ସୋମବାର ଭୋରରୁ ଘରୁ ଆକସ୍ମିକ ଭାବେ ନିଖୋଜ…

ଗାଡ଼ି ଚାଳକଙ୍କ ମହାନତା: ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ପର୍ସକୁ ଶିକ୍ଷକଙ୍କୁ ଫେରାଇଲେ,ସାଧାରଣରେ ପ୍ରଶଂସା

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଆଠଗଡ଼ିଆ ସାହିର ସ୍ବର୍ଗତ ବିପ୍ର ସେଠୀଙ୍କ ପୁଅ ପିଙ୍କୁ ସେଠୀ ଗାଡ଼ି ଚାଳକ ଭାବେ କାର୍ଯ୍ୟକରନ୍ତି। ତାଙ୍କ ମହାନତା…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ…

ନୀଳଗିରି ସର୍ଣ୍ଣଚୁଡ଼ ପାହାଡ଼ରେ ନିଆଁ: ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ, ନାକେଦମ ହେଲାଣି…

ନୀଳଗିରି,୩।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିସ୍ଥିତ ସର୍ଣ୍ଣଚୁଡ଼ ପାହାଡ଼ରେ  ନିଆଁଲାଗି ଅନେକ ବୃକ୍ଷଲତା, କୀଟପତଙ୍ଗ ଓ ବନୌଷଧି ଭସ୍ମିଭୂତ ହୋଇଯାଇଛି। ପବନର ବେଗ ବଢିବା ସହ…

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ…

ଶିକ୍ଷକ ନାଁରେ କଳଙ୍କ:  ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ

ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri