‘ବାଲ୍ୟବିବାହ ଏକ ସାମାଜିକ ବ୍ୟାଧି’

ପୁରୀ ଅଫିସ, ୧୯ା୧୧: ବାଲ୍ୟବିବାହ ଏକ ସାମାଜିକ ବ୍ୟାଧି। ଏହାକୁ ରୋକିବା ଆମ ସମସ୍ତଙ୍କର ସାମାଜିକ ଦାୟିତ୍ୱ ବୋଲି ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ କହିଛନ୍ତି। ଶନିବାର ପୁରୀ ଜିଲା ପ୍ରଶାସନ, ୟୁନିସେଫ୍‌, ଆକ୍ସନ ଏଡ୍‌, ଜିଲା ଶିଶୁ ସୁରକ୍ଷା ୟୁନିଟ ଏବଂ ଜିଲା ସମାଜ କଲ୍ୟାଣ ବିଭାଗ ମିଳିତ ଆନୁକୂଲ୍ୟରେ ବାଲ୍ୟବିବାହ ନିରୋଧ ସମ୍ପର୍କରେ ଏକ କର୍ମଶାଳା ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ ସାହୁ ଯୋଗଦେଇ କହିଥିଲେ, ବିବାହ ଏକ ସାମାଜିକ ପବିତ୍ର କର୍ମ। ଏହାକୁ ସମ୍ପନ୍ନ କରିବା ପାଇଁ ସାମାଜିକ ଓ ଆଇନଗତ ବ୍ୟବସ୍ଥା ରହିଛି। ତେଣୁ ଆଇନ ଅନୁମୋଦିତ ବୟସ ଅନୁସାରେ ବିବାହ କାର୍ଯ୍ୟ ହେବା ବିଧେୟ। ଏହାର ଉଲ୍ଲଘଂନ ହେଲେ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ପ୍ରାବଧାନ ରହିଥିବାରୁ ଏ ନେଇ ବ୍ୟାପକ ସଚେତନତା ସୃଷ୍ଟି ଜରୁରୀ ବୋଲି ସେ ମତ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ପ୍ରଫୁଲ୍ଲ ଚନ୍ଦ୍ର ବଡଜେନା ଯୋଗଦେଇ କହିଥିଲେ, ବାଲ୍ୟବିବାହ ଓ ଶିଶୁ ସୁରକ୍ଷା ରୋକିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏଥିପାଇଁ ଶିଶୁ ସୁରକ୍ଷା ଆଇନରେ ଏକାଧିକ ଥର ସଂଶୋଧନ ହୋଇଛି। ପୋଲିସ ଏଥିରେ ସମସ୍ତ ସହଯୋଗ ଯୋଗାଇ ଦେଉଛି। ଏହି କର୍ମଶାଳାରେ ଜିଲା ସମାଜ କଲ୍ୟାଣ ଅଧିକାରୀ ଚିନ୍ମୟୀ ରଥ ସଭାପତିତ୍ୱ କରିଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ମହାବୀର ରୁଦ୍ର ନାରାୟଣ ସାହୁ, ସଦସ୍ୟ ରାମଶଙ୍କର ପାତ୍ର, ଚାଇଲ୍ଡ ଲାଇନ ନିର୍ଦ୍ଦେଶକ ଦେବାଶିଷ ରଥ, କଳିଙ୍ଗ ବୈଶ୍ୟ ସମାଜ ମହିଳା ମହାସଂଘ ସଭାପତି ଗାୟତ୍ରୀ ପାତ୍ର, ଲିଙ୍ଗରାଜ ମହାରଣା, ନିମାପଡ଼ା ଜାମା ମସ୍‌ଜିଦର ମୌଲବୀ ଅବଦୁଲ କାଦିର, ଯାଦବ ମହାସଂଘ ସଭାପତି ରମେଶ ଚନ୍ଦ୍ର ବେହେରା, ପିପିଲି ବାପ୍‌ଟିଷ୍ଟ ଚର୍ଚ୍ଚର ଫାଦର, ବହୁ ସିଡିିଓ, ବିଭିନ୍ନ ଜାତି ସମ୍ପ୍ରଦାୟର ନେତୃମଣ୍ଡଳୀ, ଶିଶୁ ସୁରକ୍ଷା ୟୁନିଟର କର୍ମକର୍ତ୍ତା ଉପସ୍ଥିତ ଥିଲେ। ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ କର୍ମଶାଳା ପରିଚାଳନା କରିଥିଲେ। ଆକ୍ସନ ଏଡ୍‌ର ଜିଲା ସଂଯୋଜକ ସୁମିତା ଘୋଷ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri