‘ବାଲ୍ୟବିବାହ ଏକ ସାମାଜିକ ବ୍ୟାଧି’

ପୁରୀ ଅଫିସ, ୧୯ା୧୧: ବାଲ୍ୟବିବାହ ଏକ ସାମାଜିକ ବ୍ୟାଧି। ଏହାକୁ ରୋକିବା ଆମ ସମସ୍ତଙ୍କର ସାମାଜିକ ଦାୟିତ୍ୱ ବୋଲି ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ କହିଛନ୍ତି। ଶନିବାର ପୁରୀ ଜିଲା ପ୍ରଶାସନ, ୟୁନିସେଫ୍‌, ଆକ୍ସନ ଏଡ୍‌, ଜିଲା ଶିଶୁ ସୁରକ୍ଷା ୟୁନିଟ ଏବଂ ଜିଲା ସମାଜ କଲ୍ୟାଣ ବିଭାଗ ମିଳିତ ଆନୁକୂଲ୍ୟରେ ବାଲ୍ୟବିବାହ ନିରୋଧ ସମ୍ପର୍କରେ ଏକ କର୍ମଶାଳା ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ ସାହୁ ଯୋଗଦେଇ କହିଥିଲେ, ବିବାହ ଏକ ସାମାଜିକ ପବିତ୍ର କର୍ମ। ଏହାକୁ ସମ୍ପନ୍ନ କରିବା ପାଇଁ ସାମାଜିକ ଓ ଆଇନଗତ ବ୍ୟବସ୍ଥା ରହିଛି। ତେଣୁ ଆଇନ ଅନୁମୋଦିତ ବୟସ ଅନୁସାରେ ବିବାହ କାର୍ଯ୍ୟ ହେବା ବିଧେୟ। ଏହାର ଉଲ୍ଲଘଂନ ହେଲେ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ପ୍ରାବଧାନ ରହିଥିବାରୁ ଏ ନେଇ ବ୍ୟାପକ ସଚେତନତା ସୃଷ୍ଟି ଜରୁରୀ ବୋଲି ସେ ମତ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ପ୍ରଫୁଲ୍ଲ ଚନ୍ଦ୍ର ବଡଜେନା ଯୋଗଦେଇ କହିଥିଲେ, ବାଲ୍ୟବିବାହ ଓ ଶିଶୁ ସୁରକ୍ଷା ରୋକିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏଥିପାଇଁ ଶିଶୁ ସୁରକ୍ଷା ଆଇନରେ ଏକାଧିକ ଥର ସଂଶୋଧନ ହୋଇଛି। ପୋଲିସ ଏଥିରେ ସମସ୍ତ ସହଯୋଗ ଯୋଗାଇ ଦେଉଛି। ଏହି କର୍ମଶାଳାରେ ଜିଲା ସମାଜ କଲ୍ୟାଣ ଅଧିକାରୀ ଚିନ୍ମୟୀ ରଥ ସଭାପତିତ୍ୱ କରିଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ମହାବୀର ରୁଦ୍ର ନାରାୟଣ ସାହୁ, ସଦସ୍ୟ ରାମଶଙ୍କର ପାତ୍ର, ଚାଇଲ୍ଡ ଲାଇନ ନିର୍ଦ୍ଦେଶକ ଦେବାଶିଷ ରଥ, କଳିଙ୍ଗ ବୈଶ୍ୟ ସମାଜ ମହିଳା ମହାସଂଘ ସଭାପତି ଗାୟତ୍ରୀ ପାତ୍ର, ଲିଙ୍ଗରାଜ ମହାରଣା, ନିମାପଡ଼ା ଜାମା ମସ୍‌ଜିଦର ମୌଲବୀ ଅବଦୁଲ କାଦିର, ଯାଦବ ମହାସଂଘ ସଭାପତି ରମେଶ ଚନ୍ଦ୍ର ବେହେରା, ପିପିଲି ବାପ୍‌ଟିଷ୍ଟ ଚର୍ଚ୍ଚର ଫାଦର, ବହୁ ସିଡିିଓ, ବିଭିନ୍ନ ଜାତି ସମ୍ପ୍ରଦାୟର ନେତୃମଣ୍ଡଳୀ, ଶିଶୁ ସୁରକ୍ଷା ୟୁନିଟର କର୍ମକର୍ତ୍ତା ଉପସ୍ଥିତ ଥିଲେ। ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ କର୍ମଶାଳା ପରିଚାଳନା କରିଥିଲେ। ଆକ୍ସନ ଏଡ୍‌ର ଜିଲା ସଂଯୋଜକ ସୁମିତା ଘୋଷ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri