ବାଲ୍ୟବିବାହ ଅଟକାଇଲା ପ୍ରଶାସନ

ନୂଆପଡ଼ା,୩୦ା୧୧ (ମକାରୁ ବେମାଲ): ନୂଆପଡ଼ା ଥାନା ଅନ୍ତର୍ଗତ ସିରତୋଲ ଗାଁରେ ଜଣେ ବ୍ୟକ୍ତିଙ୍କ ଘରେ ଚାଲିଥିବା ବାଲ୍ୟବିବାହକୁ ପ୍ରଶାସନ ଅଟକାଇଛି। ଜିଲା ସମାଜ କଲ୍ୟାଣ ଅଧିକାରୀଙ୍କ କାର୍ଯ୍ୟାଳୟର ଜିଲା ସଂଯୋଜକ ରଞ୍ଜନ ସାହୁଙ୍କଠାରୁ ଖବର ପାଇ ଜିଲା ଆଇନସେବା ପ୍ରାଧିକରଣ ସଚିବ ନବନୀତା ଦାଶ ତୁରନ୍ତ ୨ଜଣ ଅଧିକାର ମିତ୍ରଙ୍କୁ ଘଟଣାସ୍ଥଳକୁ ପଠାଇଥିଲେ। ଘଟଣାର ସତ୍ୟତା ଜଣାପଡିବା ପରେ ଏସ୍‌ଡିପିଓ ନୂଆପଡ଼ାଙ୍କ ନେତୃତ୍ୱରେ ନୂଆପଡ଼ା ଥାନାର କେତେଜଣ ଅଧିକାରୀ, ବାଲ୍ୟ ବିବାହ ନିଷେଧ ଅଧିକାରୀ ନୂଆପଡ଼ା ନିରୁପା ନାଗ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ମଞ୍ଜୁ ଶୁକ୍ଲା, ଜିଲା ଆଇନସେବା ପ୍ରାଧିକରଣର ଅଧିକାର ମିତ୍ର କୃଷ୍ଣା କୁମାର ଦେୱାଙ୍ଗନ ପ୍ରମୁଖ ଗ୍ରାମରେ ପହଞ୍ଚି ବାଲ୍ୟବିବାହ ବନ୍ଦ କରାଇବା ସହ କମ୍‌ ବୟସରେ ବିବାହ ନ କରାଇବାକୁ ପରିବାର ଲୋକଙ୍କୁ ବୁଝାଇଥିଲେ। ଶିଶୁ ସୁରକ୍ଷା ଆଇନ ତଥା ବାଲ୍ୟବିବାହ ନିଷେଧ ଆଇନ ୨୦୦୬ ଅନୁସାରେ କୌଣସି ପୁଅ ଝିଅଙ୍କ ଅନୁମୋଦିତ ସମୟସୀମା ପୂର୍ବରୁ ବିବାହ କରାଇବା ଆଇନ ଅନୁଯାୟୀ ଦଣ୍ଡନୀୟ ଅପରାଧ। ଏଭଳି କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଏ ବୋଲି ଅଧିକାରୀମାନେ ସଚେତନ କରିଥିଲେ। ପରେ ପରିବାରବର୍ଗ ରାଜି ହୋଇ ଲିଖିତ ଭାବରେ ଥାନା ଅଧିକାରୀ ଓ ଜିଲା ପ୍ରଶାସନକୁ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri