Posted inଜାତୀୟ

୨୦୨୩ରେ ବାଲ୍ୟବିବାହ ୬ ଗୁଣ ବୃଦ୍ଧି

ନୂଆଦିଲ୍ଲୀ,୪ା୧୦: ୨୦୨୨ ତୁଳନାରେ ୨୦୨୩ରେ ବାଲ୍ୟବିବାହ ପ୍ରତିକାର ଆଇନରେ ୬ ଗୁଣ ଅଧିକ ମାମଲା ରୁଜୁ ହୋଇଛି। ମୋଟ ମାମଲାର ୯୦ ପ୍ରତିଶତ କେବଳ ଆସାମରେ ହୋଇଥିବା ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି)ର ସଦ୍ୟତମ ତଥ୍ୟରୁ ଜଣାପଡ଼ିଛି। ତଥ୍ୟ ଅନୁଯାୟୀ, ୨୦୨୩ରେ ବିବାହ ପାଇଁ ୧୬,୭୩୭ ଝିଅ ଏବଂ ୧୨୯ ଜଣ ପୁଅଙ୍କୁ ଅପହରଣ କରାଯାଇଛି। ୨୦୨୧ରେ ବାଲ୍ୟବିବାହ ପ୍ରତିକାର ଆଇନରେ ୧,୦୫୦ଟି ମାମଲା ରୁଜୁ ହୋଇଥିବାବେଳେ ୨୦୨୨ରେ ୧,୦୦୨ଟି ଏବଂ ୨୦୨୩ରେ ୬,୦୩୮ଟି ମାମଲା ରୁଜୁ ହୋଇଛି। ସେଥିରୁ କେବଳ ଆସାମରେ ୫,୨୬୭ ମାମଲା ରହିଛି। ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ ତାମିଲନାଡୁରେ ସେହିବର୍ଷ ୧୭୪ଟି ମାମଲା, କର୍ନାଟକରେ ୧୪୫ ଏବଂ ପଶ୍ଚିମବଙ୍ଗରେ ୧୧୮ଟି ମାମଲା ରୁଜୁ ହୋଇଛି। ଛତିଶଗଡ଼, ନାଗାଲାଣ୍ଡ, ଲଦାଖ ଏବଂ ଲାକ୍ଷାଦ୍ୱୀପ ଭଳି ବହୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୨୦୨୩ର ଏଭଳି ମାମଲା ଆଦୌ ରୁଜୁ ହୋଇନାହିଁ। ୧୮ ବର୍ଷରୁ କମ୍‌ ବୟସର ଝିଅ ଓ ୨୧ ବର୍ଷରୁ କମ୍‌ ବୟସର ପୁଅଙ୍କ ବିବାହ ନିଷେଧ କରିବା ପାଇଁ ୨୦୦୬ରେ ବାଲ୍ୟବିବାହ ପ୍ରତିକାର ଆଇନ କାର୍ଯ୍ୟକାରୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?