ଖଣ୍ଡପଡ଼ା,୧୩ା୧(ସ୍ବ.ପ୍ର): ନୟାଗଡ଼ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ କିଆଝର ପଞ୍ଚାୟତର କିଆଝରପାଟଣା ଗ୍ରାମର ଜଣେ ୬ ବର୍ଷର ଶିଶୁ ମଙ୍ଗଳବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏ ସଂକ୍ରାନ୍ତରେ ଖଣ୍ଡପଡା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତନାଘନା ଆରମ୍ଭ କରିଛି । ମିଳିଥିବା ସୂଚନା ଅନୁଯାୟୀ, କିଆଝର ପାଟଣା ଗ୍ରାମର ଲକ୍ଷ୍ମଣ ଲେଙ୍କାଙ୍କ ପୁଅ ଲୁଡୁ(୬) ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ଘରୁ ପଦାକୁ ଆସିଥିଲେ । ଗାଁ ଦାଣ୍ଡରେ ସେ ଖେଳୁଥିବା ପରିବାର ଲୋକେ ଭାବିଥିଲେ । ହେଲେ ସେ ଆଉ ଘରକୁ ଫେରି ନ ଥିଲେ । ପରିବାର ଲୋକେ ଲୁଡୁଙ୍କୁ ବହୁ ଖୋଜିଥିଲେ ମଧ୍ୟ ତାଙ୍କ ପତ୍ତା ମିଳି ନ ଥିଲା । ଏ ସଂକ୍ରାନ୍ତରେ ସ୍ଥାନୀୟ ଲୋକେ ଜାଣିବା ପରେ ସେମାନେ ମଧ୍ୟ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ । ଶେଷରେ ରାତି ପ୍ରାୟ ୮ଟାରେ ଏ ନେଇ ଖଣ୍ଡପଡା ଥାନାରେ ଲକ୍ଷ୍ମଣ ଲିଖିତ ଅଭିଯୋଗ କରିଥିଲେ । ଆଇଆଇସି ବିଶ୍ୱଜିତ୍ ରାଉତରାୟ ସଦଳବଳ ଘଟଣାସ୍ଥଳ ପରିଦର୍ଶନ କରି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି । ଲୁଡୁ ଭଲ ଭାବେ ଶୁଣି ପାରନ୍ତି ନାହିଁ କି ସ୍ପଷ୍ଟ ଭାବେ କଥା କହି ପାରନ୍ତି ନାହିଁ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି ।
Posted inଆମ ଜିଲା ଖବର, ନୟାଗଡ଼ View All
କଫ୍ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
ରାସ୍ତା ପାର୍ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍ର…
ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…
ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…
ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…
ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…
ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…
‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…
ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…
Archives

