ନାବାଳିକା ଅସଦାଚାରଣ ମାମଲା: ଅଭିଯୁକ୍ତଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୨ା୧୨-ଫାଷ୍ଟଟ୍ରାକ୍‌ ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଏକ ନାବାଳିକା ଅସଦାଚାରଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ସେ ଅଭିଯୁକ୍ତ ଉତ୍ସବ ରାଉଳଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୮ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୫ ମାସ ଜେଲଦଣ୍ଡ ଭୋଗିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ ପିପି ମୋହନ ସିଙ୍ଗାରି ଏହି ସୂଚନା ଦେଇଛନ୍ତି।
୨୦୧୩ ଅକ୍ଟୋବର ୧୮ ତାରିଖ ସନ୍ଧ୍ୟାରେ ହିଞ୍ଜିଳିକାଟୁ ଥାନା ଅଞ୍ଚଳରେ କୋଠିଶାଳ ଯାତ୍ରା ଚାଲିଥିଲା। ସେଠାକୁ ଜଣେ ନାବାଳିକା ଯାଉଥିବା ବେଳେ ଉତ୍ସବ ତାଙ୍କୁ ରାସ୍ତାରୁ ଟାଣି ନେଇ ଅସଦାଚାରଣ କରିବା ସହ ବଳାତ୍କାର ଉଦ୍ୟମ କରିଥିଲେ। ନାବାଳିକା ଜଣଙ୍କ ଘରକୁ ଫେରି ଏସମ୍ପର୍କରେ ତାଙ୍କ ବାପାଙ୍କୁ କହିଥିଲେ। ବାପା ଏନେଇ ହିଞ୍ଜିଳିକାଟୁ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଉତ୍ସବଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତାଙ୍କୁ ଜାମିନ ମିଳିଥିଲା। ଗତ ୨୦୨୨ ଅକ୍ଟୋବର ୨୦ରେ ଉକ୍ତ ମାମଲାର ଶୁଣାଣି ବେଳେ ଉତ୍ସବ କୋର୍ଟରେ ଅନୁପସ୍ଥିତ ରହିଥିଲେ। ତେଣୁ କୋର୍ଟ ପକ୍ଷରୁ ତାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ)ଜାରି ହୋଇଥିଲା। ପୋଲିସ ଉକ୍ତ ଏନବିଡବ୍ଲ୍ୟୁ ବଳରେ ଗତ ନଭେମ୍ବର ୨୯ ତାରିଖରେ ଉତ୍ସବଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେ ବ୍ରହ୍ମପୁର ମଣ୍ଡଳକାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ବେଳେ ଶୁକ୍ରବାର ଉକ୍ତ ମାମଲାର ଶୁଣାଣି ପାଇଁ କୋର୍ଟରେ ହାଜର କରାଯାଇଥିଲା। ୭ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ ଉତ୍ସବଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri