ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ ଅଞ୍ଚଳରେ ଶିଶୁଶ୍ରମିକଙ୍କ ସଂଖ୍ୟା କମିବାରେ ନାମ ଧରୁନି। ଏଭଳି ଘଟଣା ଦେଖିବାକୁ ମିଳିଛି ଉକ୍ତ ବ୍ଲକ ସିମନବାଡ଼ି ଅଞ୍ଚଳରେ। ଗୁରୁବାର ମଧ୍ୟାହ୍ନ ଖରାରେ କିଛି ନାବାଳିକାଙ୍କୁ ଏକ ପିକଅପ୍‌ ଭ୍ୟାନ୍‌ରେ ଆମ୍ବ ତୋଳିବାକୁ ବୋହି ନିଆଯାଉଥିବା ଘଟଣା ବୁଦ୍ଧିଜୀବୀ ମହଲରେ ତୀବ୍ର ନିନ୍ଦା କରାଯିବା ସହ ଅସନ୍ତୋଷ ଦେଖାଯାଇଛି। ଦାରିଙ୍ଗବାଡ଼ି ପଟୁ ବାଲିଗୁଡାକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ଛକରେ ଏହି ପିକଅପ୍‌ ଭ୍ୟାନ ରହିଥିବା ଦେଖି କିଛି ବୁଦ୍ଧିଜୀବୀ କନ୍ଧମାଳ ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରଣ, ଦାରିଙ୍ଗବାଡ଼ି ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ଏବଂ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କୁ ଫୋନ୍‌ କରିଥିଲେ। ଫୋନ ପାଇ ଦାରିଙ୍ଗବାଡ଼ି ଆଇଆଇସିଙ୍କ ନିର୍ଦ୍ଦେଶ କ୍ରମେ ସବ୍‌ଇନ୍ସପେକ୍ଟର ଲକ୍ଷ୍ମୀ ମାଝୀ ସଦଳବଳ ଉକ୍ତ ପିକଅପ୍‌କୁ ପିଛା କରିଥିଲେ ମଧ୍ୟ ପୋଲିସ ତାଙ୍କୁ ଧରିବାରେ ଅସମର୍ଥ ହୋଇଥିଲା।

ଗୋଟିଏ ପଟେ ରାଜ୍ୟ ସରକାର ଶ୍ରମିକଙ୍କୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ନ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଏଠି ଖୋଲାଖୋଲି ନିୟମ ଉଲ୍ଲଘଂନ କରାଯାଇ ନାବାଳିକାମାନଙ୍କୁ ପ୍ରଚଣ୍ଡ ରୌଦ୍ରତାପରେ ଶ୍ରମିକ ଭାବେ କାର୍ଯ୍ୟରେ ନିୟୋଜିତ କରାଯାଉଥିବା ଅଭିଯୋଗ ହେଉଛି। ଅଞ୍ଚଳରେ ବାଲ୍ୟ ବିବାହ ଏବଂ ଶିଶୁଶ୍ରମିକଙ୍କ ସୁରକ୍ଷା ପାଇଁ ସରକାର ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରି ପ୍ରତିମାସରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ସରକାରୀ ଅଧିକାରୀମାନଙ୍କୁ ନେଇ କମିଟି ଗଠନ କରି ବ୍ୟାପକ ସଚେତନ କରାଉଥିଲେ ମଧ୍ୟ ଏହାର ତଦାରଖର ଅଭାବ ଯୋଗୁ ଏବେ ମଧ୍ୟ ଉକ୍ତ ଅଞ୍ଚଳରେ ଶିଶୁଶ୍ରମିକମାନେ ବିଭିନ୍ନ କଷ୍ଟ କାର୍ଯ୍ୟରେ ନିୟୋଜିତ ହେଉଛନ୍ତି ବୋଲି ଅଭିଯୋଗ ହେଉଛି।

ଏନେଇ ସିଡିପିଓ ପଣ୍ଡାଙ୍କୁ ପଚାରିବାରୁ ସେ ଖବର ପାଇ ଦାରିଙ୍ଗବାଡ଼ି ଥାନାକୁ ଜଣାଇଥିଲେ। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ ମଧ୍ୟ ଶିଶୁଶ୍ରମିକ ନେଇ ଯାଉଥିବା ପିକଅପ୍‌ର ସନ୍ଧାନ ମିଳିଲା ନାହିଁ। ଘଟଣାର ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri